Posted inଜାତୀୟ

୩୦ ଷ୍ଟାର୍‌ ପ୍ରଚାରକଙ୍କ ତାଲିକା ପ୍ରକାଶ କଲା ଭାଜପା…

ନୂଆଦିଲ୍ଲୀ, ୧୯।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ତେବେ କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଏବଂ ଏମ୍‌ପି ବରୁଣ ଗାନ୍ଧୀଙ୍କ ନାମ ଏହି ତାଲିକାରେ ନାହିଁ। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ରୀୟ ମନ୍ତ୍ରୀ ନୀତିନ ଗଡ଼କରୀ ପ୍ରମୁଖଙ୍କ ନାମ ରହିଛି।

ତାଲିକାରେ ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂ, ଉତ୍ତରପ୍ରଦେଶ ଦାୟିତ୍ୱରେ ଥିବା ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାଧା ମୋହନ ସିଂଙ୍କ ନାମ ମଧ୍ୟ ରହିଛି।

ଏହା ବ୍ୟତୀତ କେନ୍ଦ୍ର ମନ୍ତ୍ରୀ ମୁଖତାର୍‌ ଅବ୍ବାସ ନକଭି, କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ, ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ଉପମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମା, ସଞ୍ଜିବ ବାଲିଆନ, ଜସୱନ୍ତ ସୈନି, ଏମ୍‌ପି ହେମା ମାଲିନୀ, ଅଶୋକ କଟାରିଆ, ସୁରେନ୍ଦ୍ର ନାଗର, କେନ୍ଦ୍ର ମନ୍ତ୍ରୀ ଜେନେରାଲ ଭି.କେ ସିଂ ଏବଂ ଚୌଧୁରୀ ଭୁପେନ୍ଦ୍ର ସିଂଙ୍କ ନାମ ଷ୍ଟାର ପ୍ରଚାରକ ତାଲିକାରେ ଅଛି।

ଷ୍ଟାର ପ୍ରଚାରକ ତାଲିକାରେ ବି.ଏଲ ବର୍ମା, ରାଜବୀର ସିଂ, ଏସ.ପି ସିଂ ବଘେଲଙ୍କୁ ମଧ୍ୟ ସାମିଲ କରାଯାଇଛି। ଏହା ସହିତ ସାଧ୍ୱୀ ନିରଂଜନ ଜ୍ୟୋତି, କାନ୍ତା କର୍ଦମ, ରଜନୀକାନ୍ତ ମାହେଶ୍ୱରୀ, ମୋହିତ ବେନିୱାଲ, ଧର୍ମେନ୍ଦ୍ର କାଶ୍ୟପ, ଜେ.ପି.ଏସ ରାଠୋର ଏବଂ ଭୋଲା ସିଂ ଖଟିକଙ୍କ ନାମ ରହିଛି।

କରୋନା ସଂକ୍ରମଣ ବୃଦ୍ଧି ପାଇବା ଯୋଗୁ ୨୨ ଜାନୁୟାରୀ ପର୍ଯ୍ୟନ୍ତ ରାଲି, ରୋଡ ଶୋ ତଥା ନିର୍ବାଚନ ପ୍ରଚାର ଉପରେ ନିଷେଧାଦେଶ ଜାରି କରାଯାଇଛି। ଏଭଳି ପରିସ୍ଥିତିରେ ନେତା ଓ ରାଜନୈତିକ ଦଳଗୁଡ଼ିକ ଭର୍ଚୁଆଲ ରାଲି ଉପରେ ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?