ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ନାମାଙ୍କନ ସତ୍ୟପାଠରେ ପ୍ରଣବ ଉଲ୍ଲେଖ କରିଥିବା ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ ତଥ୍ୟ ଭୁଲ୍‌। ତେଣୁ ତାଙ୍କ ନାମାଙ୍କନକୁ ରଦ୍ଦ କରିବା ପାଇଁ ମଙ୍ଗଳବାର ଭାଜପା ପକ୍ଷରୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କ ନିକଟରେ ବିଧିବଦ୍ଧଭାବେ ଅଭିଯୋଗ କରାଯାଇଛି। ଭାଜପାର ନିର୍ବାଚନ ଏଜେଣ୍ଟ ଆଇନଜୀବୀ ପ୍ରଦୀପ ବହିଦାର ବିଜେଡି ଲୋକ ସଭା ପ୍ରାର୍ଥୀ ପ୍ରଣବ ୩ଟି ଗ୍ରାଉଣ୍ଡରେ ମିଥ୍ୟା ସତ୍ୟପାଠ ଦାଖଲ କରିଛନ୍ତି ବୋଲି ଅଭିଯୋଗରେ ଦର୍ଶାଇଛନ୍ତି।
ସେହିପରି ଭାଜପା ନେତା ତଥା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ସମ୍ବଲପୁରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ପ୍ରସଙ୍ଗରେ ତୁଳନାତ୍ମକ ତଥ୍ୟ ଦେଇ ବିଜେଡିକୁ ଘେରିବାକୁ ଚେଷ୍ଟା କରିଛନ୍ତି। ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ତଥ୍ୟ ୨୦୦୯ ନିର୍ବାଚନ ସମୟରେ ଯୁକ୍ତ ୨ କଳା ପାସ୍‌ ବୋଲି ସତ୍ୟପାଠରେ ଉଲ୍ଲେଖ ଥିବା ବେଳେ ୨୦୨୪ରେ ସେ ଯୁକ୍ତ ୨ ବିଜ୍ଞାନରେ ପାସ୍‌ କରିଥିବା ସେ ଦର୍ଶାଇଛନ୍ତି। ସେହିପରି ପ୍ରଣବ ନିଜର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ଦେଇନାହାନ୍ତି। ବିଧାୟକ ଭାବେ ଦରମା ଓ ଅନ୍ୟାନ୍ୟ ଭତ୍ତା ପାଉଥିବା ବେଳେ ୨୦୧୯-୨୦ ଆର୍ଥତ୍କ ବର୍ଷ ପାଇଁ ସେ ନିଜର ଆୟ ଶୂନ୍ୟ ବୋଲି ଦର୍ଶାଇଥିବା ନେଇ ଆଇନଜୀବୀ ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ସତ୍ୟପାଠରେ ୫ ବର୍ଷର ଆୟ ବଦଳରେ ୪ବର୍ଷର ଦର୍ଶାଇ ଗୋଟିଏ ବର୍ଷର ଆୟ ଲୁଚାଇଥିବା ସେ କହିଛନ୍ତି। ଏହି ଆଧାରରେ ସୁପ୍ରିମକୋର୍ଟ ଏବଂ ହାଇକୋର୍ଟ ଅନେକ ନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କ ନିର୍ବାଚନକୁ ଖାରଜ କରିଛନ୍ତି। ସ୍ବଭାବ କବି ଗଙ୍ଗାଧର ମେହେର ଏବଂ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ପରି ସଂସ୍କୃତିସମ୍ପନ୍ନ ମାଟିରେ ନିଜର ଶିକ୍ଷାଗତ ଯୋଗ୍ୟତା ଓ ଆୟକୁ ଲୁଚାଇବା ଘଟଣା ସମ୍ବଲପୁରବାସୀଙ୍କ ପ୍ରତି ଅପମାନ ବୋଲି ଆଚାର୍ଯ୍ୟ କହିଛନ୍ତି।
ପୀତାମ୍ବର ଆଚାର୍ଯ୍ୟଙ୍କ ଅଭିଯୋଗର ପ୍ରତିକ୍ରିୟା ରଖିଛନ୍ତି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତି। ପ୍ରଣବଙ୍କ ସାର୍ଟିଫିକେଟ ଏବଂ ଜିରୋ ଆଇଟି ରିଟର୍ନ ସମ୍ପର୍କରେ ତଥ୍ୟ ରଖି ପୀତାମ୍ବର ଦେଖାଇଥିବା ପ୍ରଣବଙ୍କ ସାର୍ଟିଫିକେଟ ଟାମ୍ପରିଂ ହୋଇଥିବା ଡ. ମହାନ୍ତି କହିଛନ୍ତି। ୧୯୯୧ରେ ପ୍ରଣବ ପ୍ରକାଶ ଯୁକ୍ତ ୨ ବିଜ୍ଞାନରେ ପାସ୍‌ ହୋଇଥିବା ସାର୍ଟିଫିକେଟ ଦେଖାଇଥିଲେ ଲେନିନ୍‌। ପ୍ରଣବ କୋଭିଡ୍‌ ସମୟରେ ସବୁ ରୋଜଗାର ସିଏମ୍‌ ଫଣ୍ଡକୁ ଦେଇଛନ୍ତି। ସେଥିପାଇଁ ତାଙ୍କର ଆଇଟି ରିଟର୍ନ ଜିରୋ ହୋଇଛି ବୋଲି ଲେଲିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri