Posted inଜାତୀୟ

ଭାଜପା ଏମ୍‌ପି ରାମଶଙ୍କରଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୭।୮: ଇଟାଓ୍ବାର ଭାଜପା ଏମ୍‌ପି ରାମଶଙ୍କର କାଠେରିଆଙ୍କୁ ଜିଲା ଜଜ କୋର୍ଟ ଆଗ୍ରାଠାରୁ ବଡ଼ ଆଶ୍ୱସ୍ତି ମିଳିଛି। ଏମ୍‌ପି ଏମ୍‌ଏଲେ କୋର୍ଟ ଆଗ୍ରାର ଦଣ୍ଡାଦେଶ ଆଦେଶ ଉପରେ ରୋକ ଲଗାଇଛନ୍ତି।  ଦୁଇ ଦିନ ପୂର୍ବରୁ ଏମ୍‌ପି ଏମ୍‌ଏଲେ କୋର୍ଟ ଦୁଇ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ। ସୋମବାର ଜିଲା ଜଜ କୋର୍ଟରେ ଏହି ନିଷ୍ପତ୍ତି ବିରୋଧରେ ଭାଜପା ଏମ୍‌ପି ରାମଶଙ୍କର ଆବେଦନ କରିଥିଲେ। ତେବେ କୋର୍ଟଙ୍କ ନିଷ୍ପତ୍ତି ପରେ ଭାଜପା ଏମ୍‌ପି ରାମଶଙ୍କରଙ୍କ ସମର୍ଥକମାନେ ଆଗ୍ରାସ୍ଥିତ ତାଙ୍କ ବାସଭବନରେ ମିଠା ବଣ୍ଟନ କରି ସ୍ବାଗତ କରିଛନ୍ତି।

ଅଦାଲତ ଶୁଣାଣି ସମୟରେ କହିଛନ୍ତି , ଆବେଦନର ସମାଧାନ ନ ହେବା ପର୍ଯ୍ୟନ୍ତ ଦଣ୍ଡାଦେଶ ଉପରେ ରୋକ ରହିବ। ଏହା ବ୍ୟତିତ ଭାଜପା ସାଂସଦ ମଧ୍ୟ ତାଙ୍କ ଆବେଦନ ଉପରେ ଜାମିନ ପାଇଛନ୍ତି। ଆଗ୍ରାର ଏକ କୋର୍ଟ ପୂର୍ବତନ କେନ୍ଦ୍ର ମନ୍ତ୍ରୀ କାଠେରିଆଙ୍କୁ ନଭେମ୍ବର ୨୦୧୧ର ଏକ ପାୱାର କମ୍ପାନୀର କର୍ମଚାରୀଙ୍କୁ ପିଟିବା ଅଭିଯୋଗରେ  ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଜରିମାନା ଆଦେଶ କରିଛନ୍ତି। ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ର ଧାରା ୧୪୭(ଦଙ୍ଗା) ଏବଂ ୩୨୩ ଅନୁଯାୟୀ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri