Posted inଜାତୀୟ

ମଧ୍ୟପ୍ରଦେଶ-ରାଜସ୍ଥାନରେ ମ୍ୟାଜିକ୍‌ ନମ୍ବର ଟପିଲା ଭାଜପା, ଛତିଶଗଡ଼-ତେଲଙ୍ଗାନାରେ କଂଗ୍ରେସ ଛୁଇଁଲା ମ୍ୟାଜିକ ନମ୍ବର..

ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ ଓ ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୧୧୫ ରହିଛି। ଭାଜପା ମଧ୍ୟପ୍ରଦେଶରେ ୧୫୫ ଆସନରେ ଆଗୁଆ ରହିଛି। ସେହିପରି ରାଜସ୍ଥାନରେ ୧୯୯ ଆସନ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ଆସନ ସଂଖ୍ୟା ୧୦୦ ରହିଛି।  ଭାଜପା ରାଜସ୍ଥାନରେ ୧୨୬ ଆସନରେ ଆଗୁଆ ରହିଛି।

ଅପରପକ୍ଷରେ ଛତିଶଗଡ଼ ଏବଂ ତେଲଙ୍ଗାନାରେ କଂଗ୍ରେସ ମ୍ୟାଜିକ ନମ୍ବର ଛୁଇଁଛି। ଛତିଶଗଡ଼ରେ ମୋଟ ୯୦ ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୪୬ ରହିଛି। କଂଗ୍ରେସ ଛତିଶଗଡ଼ରେ ୪୬ ସଂଖ୍ୟା ଛୁଇଁଛି। ସେହିପରି ତେଲଙ୍ଗାନାରେ ମୋଟ ଆସନ ସଂଖ୍ୟା ୧୧୯ ରହିଛି। ଏଠାରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୬୦ ରହିଛି। କଂଗ୍ରେସ ତେଲଙ୍ଗାନାରେ ୬୫ ଆସନରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ଉଦ୍ୟୋଗରେ ତିହାରର ୭୦୦ କଏଦୀ ନିଯୁକ୍ତ

ନୂଆଦିଲ୍ଲୀ, ୧୭।୪: ତିହାର ଜେଲ୍‌ର ପ୍ରାୟ ୭୦୦ କଏଦୀ ହୋଟେଲ ଉଦ୍ୟୋଗରେ ନିଯୁକ୍ତି ପାଇଛନ୍ତି। ସେହିପରି ୧୨୦୦ରୁ ଅଧିକ କଏଦୀ ଜେଲରୁ ମୁକୁଳିବା ପରେ ବିଭିନ୍ନ...

ବ୍ୟବସ୍ଥା ବିଗାଡ଼ିବାକୁ ଉଦ୍ୟମ କରନାହିଁ

ନୂଆଦିଲ୍ଲୀ,୧୭ା୪: ନିର୍ବାଚନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌) ଜାଲିଆତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ଇଭିଏମ୍‌ ସହ ଭୋଟର ଭେରିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ୍‌...

ସଲମାନଙ୍କୁ ହତ୍ୟା ପାଇଁ ଚଳାଇଥିଲେ ଗୁଳି

ମୁମ୍ବାଇ, ୧୭।୪: ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ଙ୍କ ଘର ସାମ୍‌ନାରେ ଗୁଳି ଚାଳନା ମାମଲାରେ ଅଭିଯୁକ୍ତ ଭିକି ଗୁପ୍ତା ଓ ସାଗର ପାଲ୍‌ଙ୍କୁ ୧୦ ଦିନିଆ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri