Posted inଜାତୀୟ

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଭାଜପା, ଜାଣନ୍ତୁ କିଏ, କେଉଁଠୁ ପାଇଲେ ଟିକେଟ୍‌

ନୂଆଦିଲ୍ଲୀ,୧୦।୪: ଭାଜପା ଲୋକ ସଭା ନିର୍ବାଚନ ପାଇଁ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୯ ଟି ନାମ ଅଛି । ଭାଜପା ତାଲିକାରେ ୟୁପିର ୭ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଚଣ୍ଡିଗଡ଼ରୁ କିରଣ ଖେରଙ୍କ ଟିକେଟ୍‌ କାଟି ଦଳ ସଞ୍ଜୟ ଟଣ୍ଡନଙ୍କୁ ପ୍ରାର୍ଥୀ କରିଛି। ଏହା ବ୍ୟତୀତ ରୀତା ବହୁଗୁଣା ଯୋଶୀଙ୍କ ଟିକେଟ କାଟି ଆହ୍ଲାବାଦ ଆସନରୁ ନୀରଜ ତ୍ରିପାଠୀଙ୍କୁ ପ୍ରାର୍ଥୀ କରାଯାଇଛି।

ସଞ୍ଜୟ ଟଣ୍ଡନଙ୍କୁ ଚଣ୍ଡିଗଡ଼ରୁ ଟିକେଟ୍‌ ଦିଆଯାଇଛି। ଏହି ଆସନରୁ ଦୁଇଥର ଏମ୍‌ପି କିରଣ ଖେରଙ୍କ ଟିକେଟ୍‌ କଟାଯାଇଛି। ୨୦୧୪ ଏବଂ ୨୦୧୯ରେ ଦୁଇଥର ଲୋକ ସଭା ନିର୍ବାଚନରେ କିରଣ ଖେର ଜିତିଥିଲେ।

ୟୁପିର ମେନପୁରୀ ଆସନରୁ ଜୟବୀର ସିଂ ଠାକୁର, କୌଶାମ୍ବୀରୁ ବିନୋଦ ସୋନକର, ଫୁଲପୁରରୁ ପ୍ରବୀଣ ପଟେଲ, ଆହ୍ଲାବାଦରୁ ନୀରଜ ତ୍ରିପାଠୀ, ବାଲିଆରୁ ନୀରଜ ଶେଖର, ମଛଲିନଗରରୁ ବିପି ସରୋଜ ଏବଂ ଗାଜିପୁର ଆସନରୁ ପାରସ ନାଥ ରାୟଙ୍କୁ ଟିକେଟ୍‌ ଦିଆଯାଇଛି। ରୀତା ବହୁଗୁଣା ଯୋଶୀ ଆହ୍ଲାବାଦରୁ ଏମ୍‌ପି ଥିଲେ। ଆହ୍ଲାବାଦ ପ୍ରାର୍ଥୀ ନୀରଜ ତ୍ରିପାଠୀ ହେଉଛନ୍ତି ପୂର୍ବତନ ରାଜ୍ୟପାଳ କେଶରୀ ନାଥ ତ୍ରିପାଠୀଙ୍କ ପୁଅ। ଏହା ବ୍ୟତୀତ ପଶ୍ଚିମବଙ୍ଗର ଆସାନସୋଲ ସିଟରୁ ଏସ.ଏସ ଅହଲୁୱାଲିଆଙ୍କୁ ଟିକେଟ୍‌ ଦିଆଯାଇଛି। ଭାଜପା ପୂର୍ବରୁ ଭୋଜପୁରୀ ତାରକା ପୱନ ସିଂଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଥିଲା। କିନ୍ତୁ ପରେ ସେ ଟିକେଟ୍‌ ଫେରସ୍ତ କରିଦେଇଥିଲେ। ଟିଏମସି ଏହି ଆସନରୁ ଅଭିନେତା ଶତୃଘ୍ନ ସିହ୍ନାଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri