Posted inଜାତୀୟ

ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କଲା ଭାଜପା

ଶିମ୍‌ଲା,୨୦।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ଗୁରୁବାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ୬ଜଣ ପ୍ରାର୍ଥୀଙ୍କ ନାମ ରହିଛି। ହିମାଚଳ ପ୍ରଦେଶ ବିଧାନସଭାରେ ୬୮ଟି ଆସନ ରହିଥିବା ବେଳେ ଅକ୍ଟୋବର ୧୯ରେ ନିର୍ବାଚନ ପାଇଁ ଭାଜପା ୬୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ତେବେ ଦ୍ୱିତୀୟ ତାଲିକାରେ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରେମ କୁମାର ଧୁମଲଙ୍କ ନାମ ନାହିଁ। ଏଥିରୁ ସ୍ପଷ୍ଟ ହୋଇଛି ଯେ, ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଦ୍ୱିତୀୟ ତାଲିକାରେ ଭାଜପା ଦେହରା ଆସନରୁ ରମେଶ ଧାୱଲାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଜ୍ୱାଲାମୁଖୀରୁ ରବିନ୍ଦ୍ର ସିଂ ରବି, କୁଲ୍ଲୁରୁ ମହେଶ୍ୱର ସିଂ, ବଡସରରୁ ମାୟା ଶର୍ମା, ହରୋଲିରୁ ପ୍ରଫେସର ରାମକୁମାର, ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରାମପୁର ଆସନରୁ କୌଲ ନେଗିଙ୍କୁ ଟିକେଟ ଦିଆଯାଇଛି। ଏହାକୁ ମିଶାଇ ଭାଜପା ନିଜର ୬୨ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି। ସୂଚନାଯୋଗ୍ୟ, ଗୋଟିଏ ପର୍ଯ୍ୟାୟରେ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଅକ୍ଟୋବରରେ ୧୭ରେ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ଅକ୍ଟୋବର ୨୫ରେ ନାମାଙ୍କନପତ୍ର ଦାଖଲ କରାଯିବ। ନଭେମ୍ବର ୧୨ରେ ମତଦାନ ଏବଂ ଡିସେମ୍ବର ୮ରେ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?