ଏଥର ତାଲିକା ଭୁଲ୍‌ ହେଲେ ନବୀନ ନିବାସ ଘେରାଉ: ଭାଜପା

ଭୁବନେଶ୍ବର,୧୭ା୧(ବ୍ୟୁରୋ):ରାଜ୍ୟରେ ଥିବା ବାସହୀନଙ୍କୁ ଘରଟିଏ ଦେବାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସଫଳ ରୂପାୟନ ପାଇଁ ଭାଜପା ରାଜ୍ୟ ସରକାରଙ୍କୁ ବାରମ୍ବାର ଚେତାବନୀ ଦେବା ସହ ଆନ୍ଦୋଳନ କରୁଛି। ଓଡ଼ିଶାର ଯୋଗ୍ୟ ହିତାଧିକାରୀ ଯେପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଲାଭ ଉଠାଇପାରିବେ ସେନେଇ ଭାଜପା ବଦ୍ଧପରିକର। ୨୦୧୯ ମେ’ରେ ହୋଇଥିବା ଫନୀ ବାତ୍ୟା କାରଣରୁ ଯେଉଁ ଲୋକଙ୍କ ଘର ଭାଙ୍ଗିଥିଲା ତାହାର ତାଲିକା ମଧ୍ୟ ଯୋଡ଼ା ଯାଇଥିଲା। ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତଙ୍କ ନାମ ଯୋଡ଼ା ଯାଇ ନ ଥିଲା। ୨୦୧୯ ଅକ୍ଟୋବରରେ ଏନେଇ ଭାଜପା ଅଭିଯୋଗ କରିବା ପରେ ରାଜ୍ୟ ସରକାର ନିଜ ଭୁଲ୍‌କୁ ସ୍ବୀକାର କରିଥିଲେ। ୨୦୨୦ରେ ଯୋଗ୍ୟ ଅଯୋଗ୍ୟ ପାଇଁ ସବୁ ବ୍ଲକରେ ବାକ୍ସ ବସାଯାଇଥିଲେ ମଧ୍ୟ ଆହୁରି ଅନେକ ସ୍ଥାନରେ ବସିପାରିନାହିଁ। ଏଥର ଆବାସ ତାଲିକାରେ ଭୁଲ୍‌ କରାଗଲେ ନବୀନ ନିବାସ ଘେରାଉ କରାଯିବ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ କହିଛନ୍ତି ଯେ, ଫନୀ ବାତ୍ୟାରେ ଘର ଭାଙ୍ଗିଥିବା ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ସମ୍ଭାବ୍ୟ ତାଲିକାରୁ ବାଦ୍‌ ଦିଆଯାଇଛି। ସେମାନଙ୍କ ନାମକୁ ତୁରନ୍ତ ତାଲିକାରେ ସାମିଲ କରିବାକୁ ରାଜ୍ୟ ସରକାର ବ୍ୟବସ୍ଥା କରନ୍ତୁ। ଯଦି ଯୋଗ୍ୟ ହିତାଧିକାରୀଙ୍କୁ ଘର ନ ମିଳିବ ତେବେ ଭାଜପା ଆନ୍ଦୋଳନ କରିବା ସହ ନବୀନ ନିବାସ ଘେରାଉ କରିବ ବୋଲି ପୃଥ୍ବୀରାଜ ଚେତାବନୀ ଦେଇଛନ୍ତି। ରାଜ୍ୟ ସରକାର ବାସଗୃହ ଆବଣ୍ଟନରେ ଚଞ୍ଚକତାପୂର୍ଣ୍ଣ ବାତାବରଣ ସୃଷ୍ଟି କରିଛନ୍ତି। ଭାଜପାର ବାରମ୍ବାର ଅଭିଯୋଗ ଓ ଚେତାବନୀ ସତ୍ତ୍ୱେ ରାଜ୍ୟ ସରକାର ବର୍ତ୍ତମାନ ପର୍ଯ୍ୟନ୍ତ ଦଳୀୟ ଆଧାରରେ ଘର ବାଣ୍ଟୁଛନ୍ତି। ଏହାଦ୍ୱାରା ଲକ୍ଷ ଲକ୍ଷ ଲୋକ ବାସହୀନ ହୋଇ ରହିଯାଇଛନ୍ତି। ଓଡ଼ିଶାରେ ୨୦୧୮-୧୯ରେ ଯେଉଁ ତାଲିକା ପ୍ରସ୍ତୁତ ହୋଇଥିଲା ସେଥିରୁ ରାଜନୈତିକ ଗନ୍ଧ ଆସୁଥଲା। ଚଞ୍ଚକତା କରାଯାଇ କେବଳ ଶାସକ ବିଜେଡି ସହ ସମ୍ପୃକ୍ତ ଥିବା ଲୋକଙ୍କୁ ପକ୍କାଘର ବଣ୍ଟନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ହଡପ ଏବଂ ଚଞ୍ଚକତା କରାଯିବାର ଅନେକ ଦୃଷ୍ଟାନ୍ତ ରହିଛି। ମୂଳ ଲକ୍ଷ୍ୟରୁ ଓହରିଯାଇ ରାଜ୍ୟ ସରକାର ଅନ୍ଧ ଭାବେ ବାଡ଼ି ବୁଲାଇ ଦଳୀୟ ଆଧାରରେ ବାସଗୃହ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକା ପ୍ରସ୍ତୁତ କରନ୍ତୁ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri