ଫସଲ ବୀମା ବିଫଳତା ପାଇଁ ଭାଜପା ଦାୟୀ: ବିଜେଡି

ବରଗଡ଼ ଅଫିସ, ୧୬ା୧୧: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବାଟବଣା ହୋଇପଡିଛି। ବୀମା ପ୍ରିମିୟମ ରାଶି ଜମା କରିବା ସତ୍ତ୍ୱେ ବରଗଡ଼ ଜିଲାର ଅନେକ କ୍ଷତିଗ୍ରସ୍ତ ଚାଷୀ ଏଯାଏ ବୀମା ସହାୟତା ପାଇନାହାନ୍ତି। ଏହାକୁ ନେଇ ପଦ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ଚାଷୀଙ୍କ ଧାରଣା ଜାରି ରହିଛି। ଏହା ଏବେ ସବୁ ଦଳ ପାଇଁ ଉପନିର୍ବାଚନରେ ଏକ ପ୍ରସଙ୍ଗ ପାଲଟିଛି। ଏହାକୁ ପ୍ରମୁଖ ପ୍ରସଙ୍ଗ ରଖିବା ସହିତ ପରସ୍ପର ଦୋଷାରୋପ କରି ସବୁଦଳ ନିର୍ବାଚନ ବୈତରଣୀ ପାରି ହେବାକୁ ଉଦ୍ୟମ କରୁଛନ୍ତି। ଏହି କ୍ରମରେ କେନ୍ଦ୍ରରେ ଶାସନରେ ଥିବା ଭାଜପା ଏବଂ ରାଜ୍ୟ ଶାସନରେ ରହିଥିବା ବିଜେଡି ଫସଲବୀମା ବିଫଳତାରେ ପରସ୍ପର ଦୋଷ ଲଦାଲଦି ହେଉଛନ୍ତି। ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାରରେ ଆସି ଏଥିପାଇଁ ବିଜେଡିକୁ ଦାୟୀ କରିଥିଲେ। ଏହାପରେ ବିଜେଡି ବୀମା ବିଫଳତା ପାଇଁ ସିଧାସଳଖ କେନ୍ଦ୍ରର ଭାଜପା ସରକାରକୁ ଦାୟୀ କରିଛି।
ଏହି ପରିପ୍ରେକ୍ଷୀରେ ଫସଲବୀମା ସହାୟତା ପ୍ରଦାନରେ କେନ୍ଦ୍ରର ଅପାରଗତା ପ୍ରତିବାଦରେ ମଙ୍ଗଳବାର ବରଗଡ଼ ଗାନ୍ଧୀଛକରେ ଚାଷୀଙ୍କୁ ନେଇ ବିଜେଡି ପକ୍ଷରୁ ଧାରଣା ଦିଆଯାଇଥିଲା। ଦଳର ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ପୂର୍ବତନ ବିଧାୟକ ସାଧୁ ନେପାକ, ଚାଷୀନେତା କିଶୋର ଦେବତା ପ୍ରମୁଖ ଉଦ୍‌ବୋଧନ ଦେଇ ବୀମା ବିଫଳତା ପାଇଁ କେନ୍ଦ୍ରର ଭାଜପା ସରକାରକୁ ଦାୟୀ କରିଥିଲେ ଏବଂ ଚାଷୀଙ୍କୁ ଭୁଆଁ ବୁଲାଇବା ପାଇଁ ଭାଜପା କୁମ୍ଭୀର କାନ୍ଦଣା କରୁଛି ବୋଲି କହିଥିଲେ। ଫସଲ ବୀମା ଯୋଜନାର ବିଫଳତାକୁ ଲୁଚାଇବାର ଅପଚେଷ୍ଟା କରି ଭାଜପା ଖସିଯିବା ପାଇଁ ଉଦ୍ୟମ କରୁଛି। ବୀମାରେ ବିଫଳତା ପାଇଁ କିଏ ଦାୟୀ, ତାହା ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାର ନାମକରଣରୁ ହିଁ ସ୍ପଷ୍ଟ ବାରି ହୋଇପଡୁଛି ବୋଲି ବିଜେଡି ନେତୃବୃନ୍ଦ କହିଥିଲେ। ଏହି ଯୋଜନାଟି କେନ୍ଦ୍ର ସରକାରଙ୍କ ନିୟନ୍ତ୍ରଣରେ ରହିଛି। କିନ୍ତୁ ଯୋଜନା ବିଫଳ ହେବା ପରେ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ମୁଣ୍ଡ ଉପରେ ଦୋଷ ଲଦି ଦେଇ ଖସିଯିବାର ହୀନ ଉଦ୍ୟମ କରୁଛନ୍ତି ଏବଂ ଚାଷୀମାନେ ତାହା ଭଲଭାବେ ହୃଦୟଙ୍ଗମ କରିସାରିଲେଣି। କେନ୍ଦ୍ରର ଭାଜପା ସରକାର ଦେଶର କିଛି ଘରୋଇ କମ୍ପାନୀକୁ ଫସଲବୀମା ଯୋଜନାର ଦାୟିତ୍ୱ ପ୍ରଦାନ କରି କୃଷି ଓ କୃଷକଙ୍କ ସ୍ବାର୍ଥକୁ ଜଳାଞ୍ଜଳି ଦେଇଛନ୍ତି ବୋଲି ସେମାନେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ବାର କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଉଭୟ ମୌଖିକ ଏବଂ ଲିଖିତ ଭାବେ ଜଣାଇବା ସତ୍ତ୍ୱେ ବୀମା ପ୍ରଦାନରେ କେନ୍ଦ୍ର ସରକାର ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଫଳରେ ଏଥିରେ ହସ୍ତକ୍ଷେପ କରି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଯେଭଳି ସେମାନଙ୍କ ପ୍ରାପ୍ୟ ବୀମା ସହାୟତା ରାଶି ମିଳିବ, ସେ ଦିଗରେ ବିହିତ ପଦକ୍ଷେପ ନେବାକୁ ବିଜେଡି ନେତାମାନେ କହିଥିଲେ। ଏହାପରେ ବିଜେଡି ନେତୃବୃନ୍ଦ ଜିଲାପାଳଙ୍କ ଅଫିସକୁ ଯାଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ସ୍ମାରକପତ୍ର ପ୍ରଦାନ ସମୟରେ ବରଗଡ଼ ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ, ଟାଉନ ବିଜେଡି ସଭାପତି କିଶୋର ମିଶ୍ର, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀଙ୍କ ସମେତ ବହୁ ଚାଷୀ ପ୍ରତିନିଧି ଏବଂ ଦଳୀୟ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri