ଭାଜପା ଶାସିତ ରାଜ୍ୟକୁ ମିଳୁଛି ଅଧିକ ଡୋଜ୍‌ : ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଭିଯୋଗ

ମୁମ୍ବାଇ,୮।୪: କେନ୍ଦ୍ର ସରକାର କରୋନା ଟିକା ଯୋଗାଣରେ ଭେଦଭାବ କରୁଛନ୍ତି। ଭାଜପା ଶାସିତ ରାଜ୍ୟଗୁଡ଼ିକୁ ଅଧିକ ସଂଖ୍ୟକ ଡୋଜ୍‌ ଯୋଗାଇ ଦିଆଯାଉଥିବାବେଳେ ଅଣ-ଭାଜପା ଶାସିତ ରାଜ୍ୟ ପ୍ରତି ପାତର ଅନ୍ତର କରାଯାଉଥିବା ମହାରାଷ୍ଟ୍ର ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ଅଭିଯୋଗ ଆଣିଛନ୍ତି। ଟିକା ଯୋଗାଣରେ ରାଜନୀତି ହେଉଥିବା ସେ କହିଛନ୍ତି। ରାଜେଶ କହିଛନ୍ତି ଯେ, ପ୍ରତି ସପ୍ତାହ ପିଛା ଉତ୍ତରପ୍ରଦେଶକୁ ୪୮ ଲକ୍ଷ ମଧ୍ୟପ୍ରଦେଶକୁ ୪୦ ଲକ୍ଷ କରୋନା ଟିକାର ଡୋଜ୍‌ ଯୋଗାଇ ଦିଆଯାଉଛି। ସେହିପରି ଗୁଜରାଟକୁ ସପ୍ତାହରେ ୩୦ ଲକ୍ଷ ଡୋଜ୍‌ ମିଳୁଛି। ଅପରପକ୍ଷରେ ମହାରାଷ୍ଟ୍ରକୁ ସପ୍ତାହରେ ମାତ୍ର ୧୭ ଲକ୍ଷ ଡୋଜ୍‌ ଯୋଗାଇ ଦିଆଯାଉଛି। ଏହା ସମ୍ପୂର୍ଣ୍ଣ ଭେଦଭାବ ପୂର୍ଣ୍ଣ। ମହାରାଷ୍ଟ୍ର ପାଇଁ ସପ୍ତାହରେ ୪୦ ଲକ୍ଷ ଡୋଜ୍‌ର ଆବଶ୍ୟକତା ରହିଥିବା ସେ କହିଛନ୍ତି। ଗୁଜରାଟର ଜନସଂଖ୍ୟା ୫ କୋଟି। ରାଜ୍ୟକୁ କେନ୍ଦ୍ରସରକାର କୋଟିଏରୁ ଅଧିକ ଡୋଜ୍‌ ଯୋଗାଇ ଦେଇଛନ୍ତି। ଅପରପକ୍ଷରେ ମହାରାଷ୍ଟ୍ରର ଜନସଂଖ୍ୟା ୧୨ କୋଟି ଥିବାବେଳେ ରାଜ୍ୟକୁ ମାତ୍ର କୋଟିଏ ୪୦ ଲକ୍ଷ ଡୋଜ୍‌ ମିଳିଛି। ଡୋଜ୍‌ ଅଭାବରୁ ମୁମ୍ବାଇର ୨୬ଟି ଟିକାକରଣ କେନ୍ଦ୍ର ବନ୍ଦ ହୋଇଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପାଖକୁ ଚିଠି ଲେଖିଲେ ମଧ୍ୟ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri