Posted inଜାତୀୟ

ଭାଜପା ଶାସିତ ରାଜ୍ୟ ୧୨କୁ ବଢ଼ିଲା

ନୂଆଦିଲ୍ଲୀ,୪ା୧୨:ଭାଜପା ୩ଟି ରାଜ୍ୟରେ ବିଜୟୀ ହୋଇ ସରକାର ଗଢ଼ିବାକୁ ଯାଉଥିବାବେଳେ ଏହି ଦଳ ଶାସନାଧୀନ ରାଜ୍ୟ ସଂଖ୍ୟା ୧୨କୁ ବୃଦ୍ଧି ପାଇବାକୁ ଯାଉଛି। ଅନ୍ୟପକ୍ଷରେ ଦ୍ୱିତୀୟ ସର୍ବବୃହତ୍‌ ଜାତୀୟ ଦଳ କଂଗ୍ରେସ ରାଜସ୍ଥାନ ଓ ଛତିଶଗଡ଼ରେ ପରାଜିତ ହେବା ପରେ ଏହି ଦଳ ମାତ୍ର ୩ ରାଜ୍ୟରେ କ୍ଷମତାରେ ରହିବ। ଦିଲ୍ଲୀ ଓ ପଞ୍ଜାବରେ କ୍ଷମତାରେ ଥିବା ଆମ୍‌ ଆଦ୍‌ମୀ ପାର୍ଟି ତୃତୀୟ ଜାତୀୟ ଦଳର ପରିଚୟ ହାସଲ କରିଛି। ଭାଜପା ଏବେ ଉତ୍ତରାଖଣ୍ଡ, ହରିୟାଣା, ଉତ୍ତରପ୍ରଦେଶ, ଗୁଜରାଟ, ଗୋଆ, ଆସାମ, ତ୍ରିପୁରା, ମଣିପୁର, ଅରୁଣାଚଳପ୍ରଦେଶରେ କ୍ଷମତାରେ ଥିବାବେଳେ ମଧ୍ୟପ୍ରଦେଶରେ କ୍ଷମତା ବଜାୟ ରଖିଛି। ଏଥିସହିତ ରାଜସ୍ଥାନ ଓ ଛତିଶଗଡ଼ରେ ଦଳ ସରକାର ଗଢ଼ିବାକୁ ଯାଉଛି। ଏହା ବ୍ୟତୀତ ମହାରାଷ୍ଟ୍ର, ମେଘାଳୟ, ନାଗାଲାଣ୍ଡ ଏବଂ ସିକିମ୍‌ରେ ଭାଜପା ଅନ୍ୟ ଦଳ ସହ ମିଶି ସରକାରରେ ରହିଛି। କଂଗ୍ରେସ ଏବେ କର୍ନାଟକ ଓ ହିମାଚଳପ୍ରଦେଶରେ ଶାସନରେ ରହିଥିବାବେଳେ ତେଲଙ୍ଗାନାରେ ବିଆର୍‌ଏସ୍‌କୁ ହରାଇ ସରକାର ଗଢ଼ିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri