Posted inରାଜ୍ୟ

୨୬ରେ ଭାଜପାର ସତ୍ୟାଗ୍ରହ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଶାନ୍ତିପ୍ରିୟ ରାଜ୍ୟ ଏବଂ ଜଗନ୍ନାଥ ସଂସ୍କୃତିରେ ଓଡ଼ିଶାର ସୁଖ୍ୟାତି ରହିଛି। ମାତ୍ର ଗତ ୨୩ ବର୍ଷରେ ବିଜେଡି ଶାସନରେ ଓଡ଼ିଶା ରାଜନୈତିକ ଅପରାଧୀଙ୍କ ଚରାଭୂଇଁ ପାଲଟିଛି । ଶାସକ ବିଜେଡି ନେତା, ମନ୍ତ୍ରୀ, ବିଧାୟକମାନେ ହତ୍ୟା, ଯୌନ କେଳେଙ୍କାରିର କାର୍ପଟଦାର ଏବଂ ମହିଳା ବିରୋଧୀ ହିଂସାର ମୁଖ୍ୟ ଖଳନାୟକ ସାଜିବା ରାଜ୍ୟ ସରକାରଙ୍କ ସବୁଠୁ ବଡ଼ ଉପଲବ୍ଧି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ।

ଶନିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି ଯେ ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ତତ୍କାଳୀନ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ବିଜେଡିର ମୁଖା ଖୋଲିଯିବା ଭୟରେ କିଛିଦିନ ତଳେ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଦିବ୍ୟଶଙ୍କରଙ୍କ ଘନିଷ୍ଠ ସହଯୋଗୀ ଗୋବିନ୍ଦ ସାହୁଙ୍କୁ ଜେଲ ଭିତରେ ପୋଲିସ ସାହାଯ୍ୟରେ ହତ୍ୟା କରାଗଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କେଳେଙ୍କାରିକୁ ନେଇ ମାହାଙ୍ଗା ମର୍ଡର ଘଟଣାର ୧୩ ନମ୍ବର ମୁଦାଲା ଭାବେ ତତ୍କାଳୀନ ମନ୍ତ୍ରୀ ପ୍ରତାପ ଜେନା ଅଛନ୍ତି । ନିଜ ଦଳର ନେତାମାନଙ୍କୁ ସୁରକ୍ଷାଦେବାକୁ ଯାଇ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କୁ ମଧ୍ୟ ଟ୍ରକ୍‌ ଚଢ଼ାଇ ହତ୍ୟା କରାଗଲା ।

ବହୁଚର୍ଚ୍ଚିତ ନିମାପଡ଼ା ଜିଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ ତାଙ୍କ ମୃତ୍ୟୁ ପାଇଁ ରାଜ୍ୟ ଶିକ୍ଷାମନ୍ତ୍ରୀ ସମୀର ଦାଶ ଦାୟୀ ବୋଲି ନିଜ ମୃତ୍ୟୁ ପୂର୍ବରୁ କହିଥିଲେ ା ନୟାଗଡ଼ର ପରୀ ହତ୍ୟା ଘଟଣାରେ ତତ୍କାଳୀନ ମନ୍ତ୍ରୀ ତଥା ବିଜେଡି ବିଧାୟକ ଅରୁଣ ସାହୁଙ୍କ ସମ୍ପୃକ୍ତି ସମ୍ପର୍କରେ ଅଭିଯୋଗକୁ ରାଜ୍ୟ ସରକାର ଖଣ୍ଡନ କରିବା ସହିତ ବର୍ତ୍ତମାନ ସୁଦ୍ଧା କୌଣସି ଗୋଟିଏ ଘଟଣାରେ ପୋଲିସର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଲୋକଲୋଚନକୁ ଆସିପାରିଲା ନାହିଁ। ଏପରି କି ବିଜେଡି ମୁଖିଆ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଲେ ନାହିଁ। ପ୍ରମାଣ ନଷ୍ଟରେ ରେକର୍ଡ ସୃଷ୍ଟି କରିଛନ୍ତି ରାଜ୍ୟ ସରକାର । ବିଜୁ ଜନତା ଦଳର କ୍ରମାଗତ ଶାସନରେ ଓଡ଼ିଶା ମହିଳା ବିରୋଧୀ ହିଂସାର ସମସ୍ତ ମାପଦଣ୍ଡରେ ଦେଶର ପ୍ରଥମ ୫ଟି ରାଜ୍ୟ ଭିତରେ ଆସିବା ଅତ୍ୟନ୍ତ ଲଜ୍ଜାଜନକ ବୋଲି ମହାନ୍ତି କହିଛନ୍ତି। ଶାନ୍ତିପ୍ରିୟ ଓଡ଼ିଶା ରାଜ୍ୟରେ ରାଜନୀତିକୁ ଅପରାଧୀକରଣ ଏବଂ ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ନାରୀ ହିଂସା ଓ ନିର୍ଯାତନାକୁ ଭାଜପା ବିରୋଧ କରୁଛି। ଏହା ପ୍ରତିବାଦରେ ଆସନ୍ତା ୨୬ ତାରିଖରେ ଦଳ ପକ୍ଷରୁ ରାଜ୍ୟର ସମସ୍ତ ମଣ୍ଡଳରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ତଳେ ୪ ଘଣ୍ଟିଆ ସତ୍ୟାଗ୍ରହ ପାଳନ କରାଯିବ । ଭାଜପା କାର୍ଯ୍ୟକର୍ତ୍ତାଙ୍କ ସହ ସାଧାରଣ ନାଗରିକଙ୍କୁ ଏହି ସତ୍ୟାଗ୍ରହରେ ସାମିଲ ହେବାକୁ ରାଜ୍ୟ ସଭାପତି ଆହ୍ବାନ ଦେଇଛନ୍ତିି । ଏହି ଖବରଦାତା ସମ୍ମିଳନୀରେ ବ୍ରହ୍ମଗିରି ବିଧାୟକ ତଥା ରାଜ୍ୟ ଉପସଭାପତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ମୁଖପାତ୍ର ଠାକୁର ରଞ୍ଜିତ ଦାସ ଓ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri