Posted inରାଜ୍ୟ

୨୬ରେ ଭାଜପାର ସତ୍ୟାଗ୍ରହ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଶାନ୍ତିପ୍ରିୟ ରାଜ୍ୟ ଏବଂ ଜଗନ୍ନାଥ ସଂସ୍କୃତିରେ ଓଡ଼ିଶାର ସୁଖ୍ୟାତି ରହିଛି। ମାତ୍ର ଗତ ୨୩ ବର୍ଷରେ ବିଜେଡି ଶାସନରେ ଓଡ଼ିଶା ରାଜନୈତିକ ଅପରାଧୀଙ୍କ ଚରାଭୂଇଁ ପାଲଟିଛି । ଶାସକ ବିଜେଡି ନେତା, ମନ୍ତ୍ରୀ, ବିଧାୟକମାନେ ହତ୍ୟା, ଯୌନ କେଳେଙ୍କାରିର କାର୍ପଟଦାର ଏବଂ ମହିଳା ବିରୋଧୀ ହିଂସାର ମୁଖ୍ୟ ଖଳନାୟକ ସାଜିବା ରାଜ୍ୟ ସରକାରଙ୍କ ସବୁଠୁ ବଡ଼ ଉପଲବ୍ଧି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ।

ଶନିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି ଯେ ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ତତ୍କାଳୀନ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ବିଜେଡିର ମୁଖା ଖୋଲିଯିବା ଭୟରେ କିଛିଦିନ ତଳେ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଦିବ୍ୟଶଙ୍କରଙ୍କ ଘନିଷ୍ଠ ସହଯୋଗୀ ଗୋବିନ୍ଦ ସାହୁଙ୍କୁ ଜେଲ ଭିତରେ ପୋଲିସ ସାହାଯ୍ୟରେ ହତ୍ୟା କରାଗଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କେଳେଙ୍କାରିକୁ ନେଇ ମାହାଙ୍ଗା ମର୍ଡର ଘଟଣାର ୧୩ ନମ୍ବର ମୁଦାଲା ଭାବେ ତତ୍କାଳୀନ ମନ୍ତ୍ରୀ ପ୍ରତାପ ଜେନା ଅଛନ୍ତି । ନିଜ ଦଳର ନେତାମାନଙ୍କୁ ସୁରକ୍ଷାଦେବାକୁ ଯାଇ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କୁ ମଧ୍ୟ ଟ୍ରକ୍‌ ଚଢ଼ାଇ ହତ୍ୟା କରାଗଲା ।

ବହୁଚର୍ଚ୍ଚିତ ନିମାପଡ଼ା ଜିଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ ତାଙ୍କ ମୃତ୍ୟୁ ପାଇଁ ରାଜ୍ୟ ଶିକ୍ଷାମନ୍ତ୍ରୀ ସମୀର ଦାଶ ଦାୟୀ ବୋଲି ନିଜ ମୃତ୍ୟୁ ପୂର୍ବରୁ କହିଥିଲେ ା ନୟାଗଡ଼ର ପରୀ ହତ୍ୟା ଘଟଣାରେ ତତ୍କାଳୀନ ମନ୍ତ୍ରୀ ତଥା ବିଜେଡି ବିଧାୟକ ଅରୁଣ ସାହୁଙ୍କ ସମ୍ପୃକ୍ତି ସମ୍ପର୍କରେ ଅଭିଯୋଗକୁ ରାଜ୍ୟ ସରକାର ଖଣ୍ଡନ କରିବା ସହିତ ବର୍ତ୍ତମାନ ସୁଦ୍ଧା କୌଣସି ଗୋଟିଏ ଘଟଣାରେ ପୋଲିସର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଲୋକଲୋଚନକୁ ଆସିପାରିଲା ନାହିଁ। ଏପରି କି ବିଜେଡି ମୁଖିଆ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଲେ ନାହିଁ। ପ୍ରମାଣ ନଷ୍ଟରେ ରେକର୍ଡ ସୃଷ୍ଟି କରିଛନ୍ତି ରାଜ୍ୟ ସରକାର । ବିଜୁ ଜନତା ଦଳର କ୍ରମାଗତ ଶାସନରେ ଓଡ଼ିଶା ମହିଳା ବିରୋଧୀ ହିଂସାର ସମସ୍ତ ମାପଦଣ୍ଡରେ ଦେଶର ପ୍ରଥମ ୫ଟି ରାଜ୍ୟ ଭିତରେ ଆସିବା ଅତ୍ୟନ୍ତ ଲଜ୍ଜାଜନକ ବୋଲି ମହାନ୍ତି କହିଛନ୍ତି। ଶାନ୍ତିପ୍ରିୟ ଓଡ଼ିଶା ରାଜ୍ୟରେ ରାଜନୀତିକୁ ଅପରାଧୀକରଣ ଏବଂ ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ନାରୀ ହିଂସା ଓ ନିର୍ଯାତନାକୁ ଭାଜପା ବିରୋଧ କରୁଛି। ଏହା ପ୍ରତିବାଦରେ ଆସନ୍ତା ୨୬ ତାରିଖରେ ଦଳ ପକ୍ଷରୁ ରାଜ୍ୟର ସମସ୍ତ ମଣ୍ଡଳରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ତଳେ ୪ ଘଣ୍ଟିଆ ସତ୍ୟାଗ୍ରହ ପାଳନ କରାଯିବ । ଭାଜପା କାର୍ଯ୍ୟକର୍ତ୍ତାଙ୍କ ସହ ସାଧାରଣ ନାଗରିକଙ୍କୁ ଏହି ସତ୍ୟାଗ୍ରହରେ ସାମିଲ ହେବାକୁ ରାଜ୍ୟ ସଭାପତି ଆହ୍ବାନ ଦେଇଛନ୍ତିି । ଏହି ଖବରଦାତା ସମ୍ମିଳନୀରେ ବ୍ରହ୍ମଗିରି ବିଧାୟକ ତଥା ରାଜ୍ୟ ଉପସଭାପତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ମୁଖପାତ୍ର ଠାକୁର ରଞ୍ଜିତ ଦାସ ଓ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri