Posted inଜାତୀୟ

ଭାଜପା କହିଛି, ମିଛ କହୁଛନ୍ତି ରାହୁଲ

ନୂଆଦିଲ୍ଲୀ,୮।୨: ଭାରତ ଯୋଡ ନ୍ୟାୟା ଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ଜାତି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଥିଲେ। ସେ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଓବିସିରେ ଜନ୍ମ ହୋଇନାହାଁନ୍ତି। ଗୁଜୁରାଟର ମୁଖ୍ୟମନ୍ତ୍ରୀ ହେବା ପରେ ସେ ତାଙ୍କ ଜାତିକୁ ଓବିସି ଭାବରେ ସୂଚିତ କରିଥିଲେ।
ଏବେ ତାଙ୍କ ବିବୃତ୍ତିରେ ଭାଜପା ପୁଣିଥରେ ଗରମ ହୋଇଛି। ଭାଜପା କହିଛି, ଏହା ଏକ ମିଥ୍ୟା। ଗୁଜରାଟର ମୁଖ୍ୟମନ୍ତ୍ରୀ ହେବାର ଦୁଇ ବର୍ଷ ପୂର୍ବରୁ ୨୭ ଅକ୍ଟୋବର ୧୯୯୯ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜାତି ଓବିସି ଭାବରେ ସୂଚିତ କରାଯାଇଥିଲା।

କଂଗ୍ରେସ ଏମପି ରାହୁଲ ଗାନ୍ଧୀ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦି ସଂସଦରେ କହିଛନ୍ତି ଯେ ଓବିସି ଶ୍ରେଣୀର ଅଂଶଗ୍ରହଣ କାହିଁକି ଦରକାର। ସେ କୁହନ୍ତି, ମୁଁ ଜଣେ ଓବିସି। ମୋଦିଜୀ ଗୁଜୁରାଟର ଏକ ତେଲି ଜାତି ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ସମ୍ପ୍ରଦାୟକୁ ଭାଜପା ପକ୍ଷରୁ  ୨୦୦୦ରେ ଓବିସି କରାଯାଇଥିଲା। ପ୍ରଧାନମନ୍ତ୍ରୀ ସାଧାରଣ ଜାତିରେ ଜନ୍ମଗ୍ରହଣ କରିଥିଲେ। ସେ କୌଣସି ଓବିସିକୁ ଆଲିଙ୍ଗନ କରନ୍ତି ନାହିଁ କିମ୍ବା କୌଣସି ଚାଷୀଙ୍କ ହାତ ଧରିନଥିଲେ।
ସେ ଆହୁରି ମଧ୍ୟ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତଗତ ଜନଗଣନା କରିବେ ନାହିଁ। କେବଳ ଜନଗଣନା କଂଗ୍ରେସ କରିବ। ସେ ପଛୁଆବର୍ଗଙ୍କ ଅଧିକାର ଏବଂ ଭାଗିଦାରୀକୁ ନ୍ୟାୟ ଦେଇ ପାରିବେ ନାହିଁ। ଯେତେବେଳେ ମୋଦି କହିଛନ୍ତି ଯେ କେବଳ ଦୁଇଟି ଜାତି ଅଛନ୍ତି। ଦେଶରେ ଗରିବ ଏବଂ ଧନୀ ତେବେ ସେମାନେ କେଉଁଠାରେ ଓବିସି ହୋଇଗଲେ ବୋଲି ରାହୁଲ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri