Posted inଜାତୀୟ

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ନେତୃତ୍ୱରେ ଭାଜପା ଶତାଧିକ ଆସନରେ ଜିତି ପୁନର୍ବାର ସରକାର ଗଢ଼ିବାକୁ ଯାଉଛି। ତେବେ ୧୦ ବର୍ଷ ପରେ ପୁଣିଥରେ କ୍ଷମତାକୁ ଫେରିବା ଲାଗି ଆଶା ରଖିଥିବା କଂଗ୍ରେସ ପରାଜୟର ସମ୍ମୁଖୀନ ହୋଇଛି। ଏପରିକି ଦଳର ବରିଷ୍ଠ ନେତା ଗୌରବ ଗୋଗୋଇ ମଧ୍ୟ ନିର୍ବାଚନ ହାରିଯାଇଛନ୍ତି। ନିର୍ବାଚନରେ ଭାଜପା ବିଜୟୀ ହେବ ବୋଲି ପ୍ରାୟ ସବୁ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିଲେ।
ସୋମବାର ସନ୍ଧ୍ୟା ସୁଦ୍ଧା ଏନ୍‌ଡିଏ ୩୭ ଆସନରେ ବିଜୟୀ ହୋଇଥିବାବେଳେ ୬୫ ଆସନରେ ଆଗରେ ରହିଛି। ଭାଜପା ୩୦ ଆସନରେ ବିଜୟୀ ହେବା ସହ ଅନ୍ୟ ୫୨ ଆସନରେ ଆଗରେ ରହିଛି। ଏହାର ସହଯୋଗୀ ଦଳ ବୋଡୋଲ୍ୟାଣ୍ଡ ପିପୁଲ୍ସ ଫ୍ରଣ୍ଟ ୫ ଆସନ ଜିତିବା ସହ ଅନ୍ୟ ୫ଟିରେ ଆଗରେ ରହିଛି। ଆସୋମ ଗଣ ପରିଷଦ ୨ ଆସନ ଜିତିଥିବାବେଳେ ଅନ୍ୟ ୮ଟିରେ ଆଗରେ ଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ବିରୋଧୀ ଦଳ କଂଗ୍ରେସ ମାତ୍ର ଗୋଟିଏ ଆସନ ଜିତିଥିବାବେଳେ ୧୮ଟି ଆସନରେ ଆଗରେ ରହିଛି। ମୁଖ୍ୟମନ୍ତ୍ରୀ ହିମନ୍ତ ଜାଲୁକବାରି ଆସନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ୮୦ ହଜାରରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ତାଙ୍କ କ୍ୟାବିନେଟ୍‌ର ପିଜୁଶ ହଜାରିକା, ରାନୋଜ ପେଗୁ, ଅଜନ୍ତା ନିଓଗ ଏବଂ ଅତୁଲ ବୋରା ପ୍ରମୁଖ ବିଜୟୀ ହୋଇଛନ୍ତି। ହଜାରିକା ଜଗିରୋଡ୍‌ ଆସନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ବବୁଲ୍‌ ଦାସଙ୍କୁ ୯୩,୫୮୪ ଭୋଟ ବ୍ୟବଧାନରେ ପରାଜିତ କରିଛନ୍ତି। ହଜାରିକା ଉକ୍ତ ଆସନରୁ କ୍ରମାଗତ ୩ ଥର ଜିତିବା ସହ ଚତୁର୍ଥ ଥର ପାଇଁ ବିଧାୟକ ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?