Posted inଜାତୀୟ

ଭାଜପା ସିରିଏଲ୍‌ କିଲର: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଶୁକ୍ରବାର ଭାଜପା ଉପରେ ଜୋର୍‌ଦାର ବର୍ଷିଛନ୍ତି। ନିର୍ବାଚିତ ସରକାରଗୁଡ଼ିକୁ ଭାଙ୍ଗିଦେଉଥିବା ଭାଜପାକୁ ସେ ସିରିଏଲ୍‌ କିଲର ବୋଲି କହିଛନ୍ତି। ଗୈରିକ ଦଳ ଷଡ଼ଯନ୍ତ୍ର କରି ବିରୋଧୀ ଦଳ ଶାସିତ ଏକାଧିକ ରାଜ୍ୟ ସରକାରକୁ ଭାଙ୍ଗିଥିବା ଏଏପି ନେତା ଅଭିଯୋଗ କରିଛନ୍ତି।
ନୀତି ଉଲ୍ଲଂଘନ ଅଭିଯୋଗରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢ଼ାଉ ପରେ କେଜ୍‌ରିଓ୍ବାଲ ଭାଜପା ଉପରେ ଆକ୍ରମଣ ଆରମ୍ଭ କରିଦେଇଛନ୍ତି। ଜିଏସ୍‌ଟି ଏବଂ ପେଟ୍ରୋଲ, ଡିଜେଲ ଦର ବଢ଼ାଇ ସଂଗ୍ରହ କରୁଥିବା ଅର୍ଥରେ ଭାଜପା ଅନ୍ୟ ଦଳରୁ ବିଧାୟକ କିଣୁଛି। ବର୍ତ୍ତମାନ ସୁଦ୍ଧା ଏହି ଦଳ ୨୭୭ ବିଧାୟକ କିଣିଲାଣି। ଯଦି ଦଳ ସେମାନଙ୍କୁ ୨୦ କୋଟି ଲେଖାଏ ଟଙ୍କା ଦେଇଥାଏ ତେବେ ବିଧାୟକ କିଣିବାରେ ୫,୫୦୦ କୋଟି ଟଙ୍କା ବ୍ୟୟ ହୋଇଛି। ସେଥିପାଇଁ ଦରଦାମ୍‌ ହୁହୁ ହୋଇ ବଢ଼ିଚାଲିଛି। ଭାଜପା ଇତିମଧ୍ୟରେ ଗୋଆ, କର୍ନାଟକ, ମହାରାଷ୍ଟ୍ର, ଆସାମ, ମଧ୍ୟପ୍ରଦେଶ, ବିହାର, ଅରୁଣାଚଳପ୍ରଦେଶ, ମଣିପୁର ଓ ମେଘାଳୟ ସରକାର ଭାଙ୍ଗିଦେଇଛି। ଲୋକେ ସରକାରଙ୍କୁ ନିର୍ବାଚନ କରୁଛନ୍ତି, ଭାଜପା ତାହାକୁ ଭାଙ୍ଗିଦେଉଛି। ଭାଜପା ଶାସିତ ଗୁଜରାଟରେ ଦଳର ସ୍ଥିତି ଭଲ ନ ଥିବାରୁ ଆଗାମୀ ନିିର୍ବାଚନକୁ ଦୃଷ୍ଟିରେ ରଖି ଏଏପି ନେତାଙ୍କ ଘରେ ଚଢ଼ାଉ କରାଯାଉଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri