ଭାଜପାର ସେବାପକ୍ଷ କାର୍ଯ୍ୟକ୍ରମ:କଂଗ୍ରେସ, ବିଜେଡି ଛାଡି ଭାଜପାକୁ ଆପଣାଇଲେ…

ଦାରିଙ୍ଗବାଡି,୧୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡିଠାରେ ଭାଜପାର ସେବାପକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଉଭୟକେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଲୋକଙ୍କ ନିକଟରେ କିଭଳି ପହଞ୍ଚିବ ଓ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲ। ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା ହେଉ କି ସ୍ବାସ୍ଥ୍ୟ ପାଇଁ ଆୟୁଷ୍ମାନ ଯୋଜନା ସେହିପରି କୃଷକଙ୍କ ପାଇଁ ବିଭିନ୍ନ ଯୋଜନା ସରକାର କରିଛନ୍ତି କୃଷି, ସ୍ବାସ୍ଥ୍ୟ, ଶିକ୍ଷା ଆଦି ଅନେକ ଯୋଜନା ରହିଛି। ତେବେ ଏହି ଯୋଜନା ଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଓ ଏହି ଯୋଜନାର ସଫଳ ରୂପାୟନ କରାଯିବା ନେଇ ଆଲୋଚନା ଓ ଲୋକଙ୍କୁ ସେବା ଯୋଗାଇବା ବୈଠକରେ ଆଲୋଚନା କରାଯାଇଥିଲା। ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତଦୋୟ ଯୋଜନାରେ କଚ୍ଚା ଘରକୁ ପକ୍କା କରାଯିବା ଓ ଏହି ଯୋଜନାରୁ କୌଣସି ଯୋଗ୍ୟ ହିତାଧିକାରୀ ଯେମିତି ବାଦନପ ସେ ସମ୍ପର୍କରେ କର୍ମକର୍ତ୍ତା ମାନେ ବୈଠକରେ କହିଥିଲେ। ବୈଠକରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିବା ବେଳେ ସାଙ୍ଗଠନିକ ଆଲୋଚନା କରାଯାଇଥିଲା। ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡି କାର୍ଯ୍ୟକ୍ରମରେ କଂଗ୍ରେସ ଓ ବିଜେଡି ଛାଡି ଏକାଧିକ ଲୋକ ପ୍ରତିନିଧି ଓ କର୍ମୀ ଭାଜପାର ରାଜ୍ୟ ମାଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭରସା କରି ଭାଜପରେ ସାମିଲ ହୋଇଥିଲେ। ସେମାନଙ୍କୁ ଦଳୀୟ ଉତ୍ତରୀୟ ଦେଇ ଦଳର କର୍ମକର୍ତ୍ତା ସ୍ବାଗତ କରିଥିଲେ। ବ୍ରାହ୍ମଣୀଗାଁ କାର୍ଯ୍ୟକ୍ରମରେ ମଣ୍ଡଳ ସଭାପତି ଗଣେଶ ଡାକୁଆଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ସଂଗଠନକୁ ଆହୁରି ସୁଦୃଢ଼ କରିବାକୁ ଦଳୀୟ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଦାରିଙ୍ଗବାଡି ଠାରେ ମଣ୍ଡଳ ସଭାପତି ମିଟୁ ସାହୁଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ରାଜ୍ୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁଙ୍କ ସମେତ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦାରିଙ୍ଗବାଡି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ଜିଲା ସମ୍ପାଦକ ହରେନ କୁମାର ସାହୁ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକ, ପୂର୍ବତନ ମଣ୍ଡଳ ସଭାପତି ସନ୍ତୋଷ ସାହୁ, ଅଜିତ ସାହୁ, ଅରୁଣ ପ୍ରଧାନ,ସଂଖ୍ୟାଲଘୁ ସେଲର ସଭାପତି ଦିଲ୍ଲୀପ ପ୍ରଧାନ, ସେବା ପକ୍ଷ ଆବାହକ ସୁବାସ ସାହୁ, ଅମରେଶ ସାହୁ,ପ୍ରମୁଖ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri