Posted inଜାତୀୟ

ଭାଜପା-ଶିନ୍ଦେ ମେଣ୍ଟ ଲଢ଼ିବେ ନିର୍ବାଚନ…

ମୁମ୍ବାଇ,୫।୬ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଭାଜପା ଆଗାମୀ ନିର୍ବାଚନରେ ମହାରାଷ୍ଟ୍ରରେ ଲଢ଼ିବେ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏହି ସୂଚନା ଦେଇଛନ୍ତି। ରବିବାର ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନୂଆଦିଲ୍ଲୀରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଶିନ୍ଦେ ଏହି ବୈଠକର ଚିତ୍ର ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି।

ଶିନ୍ଦେ ଏକ ଟୁଇଟରେ ଲେଖିଛନ୍ତି ଆମେ ନିଷ୍ପତ୍ତି ନେଇଛୁ ଶିବସେନା ଏବଂ ଭାଜପା ଆସନ୍ତା ନିର୍ବାଚନରେ ମିଳିତ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିବେ ଯେଉଁଥିରେ ଲୋକସଭା, ବିଧାନସଭା, ସ୍ଥାନୀୟ ପୌର ପରିଷଦର ନିର୍ବାଚନରେ ସେମାନେ ଏକାଠି ଲଢ଼ିବେ।

ଶିନ୍ଦେ କହିଛନ୍ତି ମହାରାଷ୍ଟ୍ରର ବିକାଶ ପାଇଁ ଶିବସେନା-ଭାଜପା ମିଳିତ ମଞ୍ଚ ଗଠନ କରାଯାଇଛି ଏବଂ ଏହା ଶକ୍ତିଶାଳୀ। ଭବିଷ୍ୟତରେ ଆମେ ମଧ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବୁ ଏବଂ ସଂଖ୍ୟାଗରିଷ୍ଠତା ହାସଲ କରି ଆମକୁ ମହାରାଷ୍ଟ୍ରକୁ ପ୍ରତ୍ୟେକ ଅଞ୍ଚଳରେ ଦେଶର ଏକ ନମ୍ବର ରାଜ୍ୟ କରିବାକୁ ପଡିବ। ଏହା ସହିତ ବିକାଶର ଦୌଡ଼କୁ ବଜାୟ ରଖିବାକୁ ପଡିବ ।

ଅମିତ ଶାହାଙ୍କୁ ଭେଟିବା ପରେ ଶିନ୍ଦ କହିଛନ୍ତି କୃଷି ଏବଂ ସହଯୋଗ ଇତ୍ୟାଦି ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଛି। ରାଜ୍ୟରେ ବିଚାରାଧୀନ କାର୍ଯ୍ୟ ତ୍ୱରାନ୍ବିତ ହେବ ଏବଂ ଶୀଘ୍ର ଶେଷ ହେବ। ବିଭିନ୍ନ ପ୍ରକଳ୍ପ ଉପରେ ଆମେ ସବୁବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ପରାମର୍ଶ ନେଉଛୁ। ସହଯୋଗ ପ୍ରସଙ୍ଗରେ ଅମିତ ଶାହାଙ୍କ ସହ ମଧ୍ୟ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri