Posted inଜାତୀୟ

ବିଏମ୍‌ସି ନିର୍ବାଚନ ଏକାଠି ଲଢ଼ିବେ ଭାଜପା-ଶିନ୍ଦେ ଗୋଷ୍ଠୀ, ଫଡନାଭିସ କଲେ ଘୋଷଣା…

ମୁମ୍ବାଇ, ୬।୯ : ଭାରତୀୟ ଜନତା ପାର୍ଟି (ଭାଜପା) ବମ୍ବେ ମ୍ୟୁନିସପାଲ କର୍ପୋରେଶନ(ବିଏମ୍‌ସି) ନିର୍ବାଚନ ୨୦୨୨ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ନିର୍ବାଚନ ସମ୍ପର୍କରେ ଭାଜପାର ରୂପରେଖା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମୁମ୍ବାଇ ଗସ୍ତରେ ପ୍ରାୟ ସ୍ପଷ୍ଟ ହୋଇସାରିଛି। ଅମିତ ଶାହା କହିଥିଲେ ଯେ ଏଥର ଉଦ୍ଧବ ଠାକରେଙ୍କୁ ତାଙ୍କ ସ୍ଥାନ ଦେଖାଇବାକୁ ପଡିବ। ଏହି ମର୍ମରେ ମଙ୍ଗଳବାର ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ବିଏମସି ନିର୍ବାଚନ ସମ୍ପର୍କରେ ଭାଜପାର ଆଭିମୁଖ୍ୟ ଏବଂ ସ୍ଥିତି ସ୍ପଷ୍ଟ କରିଛନ୍ତି।

ଭାରତୀୟ ଜନତା ପାର୍ଟି ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କର ସମର୍ଥକଙ୍କ ସହିତ ମିଳିତ ଭାବେ ବିଏମସି ନିର୍ବାଚନରେ ଲଢ଼ି ଏବଂ ଜିତିବେ ବୋଲି ଫଡନାଭିସ ସୂଚନା ଦେଇଛନ୍ତି। ଫଡନାଭିସଙ୍କ ଏହି ବିବୃତ୍ତିରୁ ଏହା ସ୍ପଷ୍ଟ ହୋଇଛି ଯେ ଭାଜପା ଏକୁଟିଆ ନୁହେଁ ମିଳିତ ଭାବେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହୋଇଛି।

ଅମିତ ଶାହା ଭାଜପା ପାଇଁ ମିଶନ ୧୩୫ର ସ୍ଲୋଗାନ ଦେଇଛନ୍ତି। ଅପରପକ୍ଷରେ ଫଡନାଭିସ କହିଛନ୍ତି ଯେ ଏଥର ବିଏମସି ନିର୍ବାଚନର ଅର୍ଥ ହେଉଛି ଆର କିମ୍ବା ପାରର ଶେଷ ଯୁଦ୍ଧ। ଏହା ଏକ ଉପାୟ ଯାହାଦ୍ୱାରା ଉଦ୍ଧବ ଠାକରେଙ୍କ ଶିବସେନାକୁ ସବୁଦିନ ପାଇଁ ହଟାଯାଇପାରିବ।

ମଙ୍ଗଳବାର ଶିନ୍ଦେ ତାଙ୍କର ସମସ୍ତ ବିଧାୟକଙ୍କୁ ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ କରିଛନ୍ତି। କୁହାଯାଉଛି ଏହି ଅବସରରେ ଦଶହରା ରାଲି ଉପରେ ଆଲୋଚନା ହେବ। ଏଥି ସହିତ ଶିନ୍ଦେ ବିଏମସି ନିର୍ବାଚନ ସମ୍ପର୍କରେ ତାଙ୍କ ବିଧାୟକଙ୍କ ସହ ମଧ୍ୟ ଆଲୋଚନା କରିିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri