Posted inଜାତୀୟ

ଭାଜପା-ଶିବସେନାର ସମ୍ପର୍କ ଆମିର-କିରଣଙ୍କ ସମ୍ପର୍କ ଭଳି: ସଞ୍ଜୟ ରାଉତ

ମୁମ୍ବାଇ,୫ ।୭: ମହାରାଷ୍ଟ୍ରରେ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଏକାଠି ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଶିବସେନା ନେତା ତଥା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି ଆମର ସମ୍ପର୍କ ଭାରତ-ପାକିସ୍ତାନ ଭଳି ନୁହେଁ ବରଂ ଅଭିନେତା ଆମରି ଖାଁ ଓ କିରଣ ରାଓଙ୍କ ଭଳି । ଦୁଇ ଦଳ ଏକାଠି ହେବାକୁ ନେଇ ଅନୁମାନ କରାଯାଉଥିବା ବେଳେ ସଞ୍ଜୟ କହିଛନ୍ତି ଆମର ସମ୍ପର୍କ ଆମିର-କିରଣଙ୍କ ଭଳି । ଯିଏ ନିକଟରେ ଅଲଗା ହୋଇଛନ୍ତି ସତ ହେଲେ ଏମାନଙ୍କ ମଧ୍ୟରେ ବନ୍ଦୁତ୍ୱ ଭଳି ସମ୍ପର୍କ ରହିବ । ଆମର ରାଜନୈତିକ ରାସ୍ତା ଭିନ୍ନ ସତ ହେଲେ ଆମ ଭିତରେ ବନ୍ଧୁତ୍ୱ ବଜାୟ ରହିବ । ଏହା ପୂର୍ବରୁ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ କହିଥିଲେ ଭାଜପା-ଶିବସେନା ପରସ୍ପରର ଶତ୍ରୁ ନୁହେଁ । ଏବେ ଅନୁମାନ କରାଯାଉଛି କି ପୁଣିଥରେ ହୁଏତ ଭାଜପା-ଶିବସେନା ଏକାଠି ହୋଇପାରନ୍ତି । ଅନ୍ୟପଟେ ମହାରାଷ୍ଟ୍ର ଭାଜପା ଅଧ୍ୟକ୍ଷ ଚନ୍ଦ୍ରକାନ୍ତ ପାଟିଲ ମଧ୍ୟ କହିଛନ୍ତି ଦୁଇଦଳ ପରସ୍ପରର ଶ୍ରତୁ ନୁହଁନ୍ତି । ହେଲେ ଏହାର ଅର୍ଥ ନୁହେଁ ଯେ ଏମାନେ ମେଣ୍ଟ କରୁଛନ୍ତି । ସୂଚନାଯୋଗ୍ୟ, ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ରବିବାର ଫଡନବିଶ କହିଥିଲେ ଭାଜପା-ଶିବସେନା ଶତ୍ରୁ ନୁହେଁ । ହେଲେ ସମୟ ଓ ପରିସ୍ଥିତିକୁ ଦେଖି ମେଣ୍ଟ କଥା ଚିନ୍ତା କରାଯିବ । ଏବେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?