Posted inଜାତୀୟ

କର୍ନାଟକରେ ଭାଜପା ବୁଡ଼ିଯାଉଥିବା ଜାହାଜ: କଂଗ୍ରେସ

ନୂଆଦିଲ୍ଲୀ, ୫ା୪ (ପି.ଟି.): କର୍ନାଟକରେ ଭାଜପା ଏକ ବୁଡ଼ିଯାଉଥିବା ଜାହାଜ। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହାକୁ ରକ୍ଷା କରିପାରିବେ ନାହିଁ ବୋଲି କଂଗ୍ରେସ ନେତା ମଙ୍ଗଳବାର କହିଛନ୍ତି। ଅନ୍ୟପକ୍ଷରେ ଦକ୍ଷିଣ ଭାରତୀୟ ରାଜ୍ୟରେ କଂଗ୍ରେସ ଏକ ମିଳିତ ଶକ୍ତି। ଏହା କର୍ନାଟକର ୪୦ ପ୍ରତିଶତ କମିଶନ ସରକାରକୁ ନିଶ୍ଚୟ କ୍ଷମତାରୁ ହଟାଇବ ବୋଲି ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ୍‌ ସୁର୍ଜଓ୍ବୋଲା କହିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ଶୀର୍ଷ ପଦବୀ ଲାଗି ନିଜକୁ ଉପସ୍ଥାପନ କରୁଥିବା ଖବରକୁ ସେ ଖଣ୍ଡନ କରିଛନ୍ତି। ଏକ ନ୍ୟୁଜ୍‌ ଚ୍ୟାନେଲ୍‌ ତାଙ୍କ ମନ୍ତବ୍ୟକୁ ଭୁଲ୍‌ ଉପସ୍ଥାପନ କରିଥିବା ସେ କହିଛନ୍ତି। ନିର୍ବାଚିତ ବିଧାୟକମାନଙ୍କ ସହ ପରାମର୍ଶ କରି ମୁଖ୍ୟମନ୍ତ୍ରୀ କିଏ ହେବେ ଦଳ ହାଇକମାଣ୍ଡ ନିଷ୍ପତ୍ତି ନେବେ ବୋଲି ସୁର୍ଜଓ୍ବୋଲା କହିଛନ୍ତି।

ନୂଆଦିଲ୍ଲୀରେ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ମଙ୍ଗଳବାର ବସିଥିବାବେଳେ ଏଥିରେ ଯୋଗଦେବାକୁ ସିଦ୍ଦରମୈୟା ଏବଂ କର୍ନାଟକ ପିସିସି ସଭାପତି ଡି.କେ. ଶିବକୁମାର ଆସିଥିଲେ। ବୈଠକରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ। ଅବଶିଷ୍ଟ ୧୦୦ ଆସନ ଲାଗି ଟିକେଟ ବଣ୍ଟନ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ମେ’ ୧୦ରେ ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ କଂଗ୍ରେସ ପ୍ରଥମ ଦଫାରେ ୧୨୪ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା।
କର୍ନାଟକର ୪୦ ପ୍ରତିଶତ କମିଶନ ଭାଜପା ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛି।

ଏହି ତଥାକଥିତ ଡବଲ ଇଞ୍ଜିନ୍‌ ସରକାର ରାଜ୍ୟ ପାଇଁ ଡବଲ ଧୋକାରେ ପରିଣତ ହୋଇଛି। ଗୋଟିଏ ପଟେ କେନ୍ଦ୍ରର ମୋଦି ସରକାର କର୍ନାଟକକୁ ପ୍ରତାରିତ କରିଥିବାବେଳେ ଅନ୍ୟ ପଟେ ବୋମାଇ ସରକାର ରାଜ୍ୟକୁ ଲୁଟି ଚାଲିଛନ୍ତି ବୋଲି ସୁର୍ଜଓ୍ବୋଲା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri