Posted inଜାତୀୟ

ମନ୍ଦିରରୁ ଟ୍ୟାକ୍ସ ଆଦାୟ କରିବ କଂଗ୍ରେସ ସରକାର, ବର୍ଷିଲା ଭାଜପା

ବେଙ୍ଗାଲୁରୁ,୨୨।୨: ମନ୍ଦିରମାନଙ୍କ ଉପରେ ଟ୍ୟାକ୍ସ ଲଗାଇବେ କଂଗ୍ରେସ ସରକାର। ଏଣିକି ରାଜ୍ୟରେ ଥିବା ସମସ୍ତ ହିନ୍ଦୁ ମନ୍ଦିର ଟିକସ ଦେବେ । ମନ୍ଦିର ଠାରୁ ୧୦ ପ୍ରତିଶତ ଟିକସ ଆଦାୟ କରିବାକୁ ଯାଉଛନ୍ତି ସିଦ୍ଧରମୈୟା ସରକାର । ଏନେଇ ବୁଧବାର ‘କର୍ନାଟକ ହିନ୍ଦୁ ଧାର୍ମିକ ସଂସ୍ଥାନ ଏବଂ ଧର୍ମାର୍ଥ ବିନ୍ଦୋବସ୍ତ ବିଧେୟକ ୨୦୨୪’ ପାରିତ ହୋଇଛି । ଏବି ବିଧେୟକ ପାସ ହେଲେ ସରକାର ସମସ୍ତ ହିନ୍ଦୁ ମନ୍ଦିରରୁ ଟିକସ ଆଦାୟ କରିବେ ।

ବୁଧବାର କର୍ନାଟକ ବିଧାନସଭାରେ ପାରିତ ହୋଇଥିବା ‘କର୍ନାଟକ ହିନ୍ଦୁ ଧାର୍ମିକ ସଂସ୍ଥାନ ଏବଂ ଧର୍ମାର୍ଥ ବିନ୍ଦୋବସ୍ତ ବିଧେୟକ ୨୦୨୪’ ଅନୁଯାୟୀ, ଯେଉଁ ମନ୍ଦିରର ରୋଜଗାର ୧୦ ଲକ୍ଷରୁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ରହୁଛି, ସେମାନଙ୍କୁ ୫ ପ୍ରତିଶତ ଟିକସ ଦେବାକୁ ପଡ଼ିବ । ଯେଉଁ ମନ୍ଦିର ୧ କୋଟି ଟଙ୍କାରୁ ଅଧିକ ରୋଜଗାର କରୁଛନ୍ତି, ସେମାନଙ୍କ ଠାରୁ ୧୦ପ୍ରତିଶତ ଟ୍ୟାକ୍ସ ଆଦାୟ କରିବା ନେଇ ସ୍ଲାବ ପ୍ରସ୍ତୁତ ହୋଇଛି ।

ତେବେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ସମାଲୋଚନା କରିଛି ଭାରତୀୟ ଜନତା ପାର୍ଟି । ସିଦ୍ଧରମୈୟା ସରକାରଙ୍କୁ ଭାଜପା ଆଣ୍ଟି ହିନ୍ଦୁ ବୋଲି କହିଛି । ଭାଜପା ଅଧ୍ୟକ୍ଷ ୟେଦୁରୁପ୍ପା ସୋସିଆଲ ମିଡିଆ ଏକ୍ସେରେ ପୋଷ୍ଟ କରି ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ସରକାର ହିନ୍ଦୁ ବିରୋଧୀ ନୀତି ଆଣି ରାଜ୍ୟର ଟିକସ ଥଳି ପୂରଣ କରିବାକୁ ଚେଷ୍ଟା କରୁଛନ୍ତି । ହିନ୍ଦୁ ମନ୍ଦିରଗୁଡ଼ିକର ଆୟ ଉପରେ କଂଗ୍ରେସ ଖରାପ ଦୃଷ୍ଟି ରହିଛି ବୋଲି ସେ କହିଛନ୍ତି । ସେ ଆହୁରି କହିଛନ୍ତି, କେବଳ ରାଜ୍ୟରେ ହିନ୍ଦୁ ମନ୍ଦିର କାହିଁକିି, ଅନ୍ୟ ଧାର୍ମିକ ସଂସ୍ଥାନରୁ ମଧ୍ୟ ଟିକସ ଆଦାୟ କରାଯାଉ।

 


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri