Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଚା’ ବିକୁଥିବା AI ଭିଡିଓ ଉପରେ ଭାଜପା ଖପ୍ପା, କହିଲା, ଜନତା କେବେ ବି…

ନୂଆଦିଲ୍ଲୀ,୩ା୧୨: ଏକ ଭାଇରାଲ ଏଆଇ-ଜେନେରେଟେଡ ଭିଡିଓ କଂଗ୍ରେସ ଏବଂ ଭାଜପା ମଧ୍ୟରେ ନୂଆ ବିବାଦ ସୃଷ୍ଟି କରିଛି। ଭିଡିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରେଡ୍‌-କାରପେଟରେ ଚା’ ବିକୁଥିବାର ଦେଖାଯାଇଛି। କଂଗ୍ରେସ ନେତା ରାଗିଣୀ ନାୟକ ଏହାକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରି ଲେଖିଛନ୍ତି, ‘ଏବେ ଏହା କିଏ କଲା? ଭିଡିଓ ସାମ୍ନାକୁ ଆସିବାର କିଛି ସମୟ ପରେ, ଭାଜପା କଂଗ୍ରେସ ଉପରେ ଆକ୍ରମଣ କରି ଏହାକୁ ପ୍ରଧାନମନ୍ତ୍ରୀଙ୍କ ଅପମାନ ବୋଲି କହିଛି।

ଭିଡିଓରେ ପ୍ରଧାନମନ୍ତ୍ରୀ ହାଲୁକା ନୀଳ କୋଟ୍‌ ଏବଂ କଳା ପ୍ୟାଣ୍ଟ ପିନ୍ଧି ଏକ କେଟଲି ଏବଂ ଏକ ଗ୍ଲାସ ଚା’ ଧରିଥିବା ଦେଖାଯାଇଛି। ବ୍ୟାକ୍‌ଗ୍ରାଉଣ୍ଡରେ ଅନ୍ତର୍ଜାତୀୟ ପତାକା ଏବଂ ଭାରତୀୟ ପତାକା ପ୍ରଦର୍ଶିତ ହୋଇଛି। ଭିଡିଓଟି ଏଆଇ-ଜେନେରେଟେଡ ବୋଲି କୁହାଯାଉଛି। ଭାଜପା ମୁଖପାତ୍ର ଶେହଜାଦ ପୁନାଓ୍ବାଲା ଭିଡିଓର କଡ଼ା ସମାଲୋଚନା କରି କହିଛନ୍ତି, ‘ରେଣୁକା ଚୌଧୁରୀ ସଂସଦ ଏବଂ ସେନାକୁ ଅପମାନ କରିବା ପରେ, ଏବେ ରାଗିଣୀ ନାୟକ ମୋଦିଙ୍କ  ଚା’ ବାଲା ବ୍ୟାକ୍‌ଗ୍ରାଉଣ୍ଡକୁ ଉପହାସ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓବିସିି କମ୍ୟୁନିଟିର ଜଣେ ପରିଶ୍ରମୀ ପ୍ରଧାନମନ୍ତ୍ରୀଙ୍କୁ ଗ୍ରହଣ କରିବାକୁ ଅସମର୍ଥ।

ପୁନାଓ୍ବାଲା ଅଭିଯୋଗ କରିଛନ୍ତି ଯେ, ସେ ୧୫୦ରୁ ଅଧିକ ଥର ମୋଦିଙ୍କୁ ଅପମାନ କରିଛନ୍ତି। ତାଙ୍କ ମାଆଙ୍କୁ ମଧ୍ୟ ଟାର୍ଗେଟ କରାଯାଇଥିଲା। ଦେଶ ଏହାକୁ କେବେ କ୍ଷମା କରିବ ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri