Posted inଜାତୀୟ

ଉତ୍ତରପ୍ରଦେଶ ସମେତ ଏହି ୫ ରାଜ୍ୟର ନିର୍ବାଚନରେ ଭାଜପା ଖର୍ଚ୍ଚ କରିଛି ୩୪୦ କୋଟି

ନୂଆଦିଲ୍ଲୀ,୨୨।୯: ଚଳିତ ବର୍ଷ ଆରମ୍ଭରେ ହୋଇଥିବା ୫ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ୩୪୦ କୋଟିରୁ ଊର୍ଦ୍ଧ୍ୱ ଅର୍ଥ ଖର୍ଚ୍ଚ କରିଛି। ଅନ୍ୟପକ୍ଷରେ କଂଗ୍ରେସ ଏହି ରାଜ୍ୟଗୁଡ଼ିକରେ ନିର୍ବାଚନ ପ୍ରଚାରରେ ୧୯୪ କୋଟି ଟଙ୍କା ବ୍ୟୟ କରିଥିବା ସେମାନଙ୍କ ନିର୍ବାଚନ ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି। ବର୍ଷ ଆରମ୍ଭରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମଣିପୁର, ଗୋଆ ଏବଂ ପଞ୍ଜାବ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ କମିଶନଙ୍କ ନିକଟରେ ଭାଜପା ଦାଖଲ କରିଥିବା ରିପୋର୍ଟ ଅନୁଯାୟୀ ଏହି ଦଳ ଉତ୍ତରପ୍ରଦେଶରେ ସର୍ବାଧିକ ୨୨୧ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଥିବା ବେଳେ ମଣିପୁରରେ ୨୩ କୋଟି, ଉତ୍ତରାଖଣ୍ଡରେ ୪୩,୬୭ କୋଟି, ପଞ୍ଜାବରେ ୩୬ କୋଟି ଏବଂ ଗୋଆରେ ୧୯ କୋଟିରୁ ଅଧିକ ଅର୍ଥ ବ୍ୟୟ କରିଛି। ସେହିପରି କଂଗ୍ରେସ ଦାଖଲ କରିଥିବା ରିପୋର୍ଟ ଅନୁଯାୟୀ ୫ରାଜ୍ୟରେ ନିର୍ବାଚନ ପ୍ରଚାର ଓ ଆନୁଷାଙ୍ଗିକ ଖର୍ଚ୍ଚ ବାବଦରେ ଏହି ଦଳ ୧୯୪ କୋଟିରୁ ଅଧିକ ବ୍ୟୟ କରିଛି। ସୂଚନାଯୋଗ୍ୟ, ଲୋକ ସଭା ଏବଂ ରାଜ୍ୟ ବିଧାନସଭା ଲଢ଼ୁଥିବା ସ୍ବୀକୃତିପ୍ରାପ୍ତ ଜାତୀୟ ଦଳଗୁଡ଼ିକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ନିର୍ବାଚନ ଖର୍ଚ୍ଚ ରିପୋର୍ଟ ଦାଖଲ କରିବା ବାଧ୍ୟତାମୂଳକ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri