Posted inଜାତୀୟ

ପଶ୍ଚିମବଙ୍ଗ ବିଭାଜନ ନେଇ ଭାଜପାରେ ଫାଟ…

କୋଲକାତା, ୨୩।୮: ପଶ୍ଚିମବଙ୍ଗ ବିଭାଜନ ନେଇ ରାଜ୍ୟ ଭାଜପାରେ ଫାଟ ସୃଷ୍ଟି ହୋଇଛି। ରାଜ୍ୟ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଉତ୍ତର ପଶ୍ଚିମବଙ୍ଗକୁ ଅଲଗା ରାଜ୍ୟର ମାନ୍ୟତା ଦେବା ପାଇଁ ମୌଖିକ ଭାବେ କେନ୍ଦ୍ରୀୟ ମନ୍ତ୍ରୀ ଜନ୍ ବାର୍ଲାଙ୍କ ଦାବିକୁ ସମର୍ଥନ କରିବା ପରେ ପରେ ଏଭଳି ସ୍ଥିତି ଦେଖାଦେଇଛି। ଗୋଟିଏ ଗୋଷ୍ଠୀ ପ୍ରସ୍ତାବ ସପକ୍ଷରେ ଥିବାବେଳେ ଅନ୍ୟ ଗୋଷ୍ଠୀ ଏହାର ବିରୋଧ କରୁଛନ୍ତି। ଲକେଟ ଚାଟାର୍ଜୀ, ରାହୁଲ ସିହ୍ନା ପ୍ରମୁଖ ଭାଜପାର ବରିଷ୍ଠ ନେତା ଉତ୍ତର-ଦକ୍ଷିଣ ବିଭାଜନକୁ ବିରୋଧ କରିଛନ୍ତି। ରାଜ୍ୟର ଭାଜପା ନେତୃତ୍ୱ କହିଛନ୍ତି ଯେ, ପଶ୍ଚିବଙ୍ଗର ସଂସ୍କୃତି ଦେଶର ଅନ୍ୟ ଅଞ୍ଚଳ ଅପେକ୍ଷା ଭିନ୍ନ। ଏଠାରେ ଆମେ ଉତ୍ତର-ଦକ୍ଷିଣ ଅବା ପୂର୍ବ -ପଶ୍ଚିମ ଭେଦଭାବ ବିନା ସଦ୍‌ଭାବରେ ବାସ କରୁଛୁ। ଅପରପକ୍ଷରେ ରାହୁଲ ସିହ୍ନା କାହାର ନାମ ନେଇ କହିଛନ୍ତିି ଯେ, ରାଜ୍ୟକୁ ବିଭାଜନ କରିବାକୁ ଯୋଜନା କରୁଥିବା ଲୋକେ ରବୀନ୍ଦ୍ର ନାଥ ଟାଗୋରଙ୍କର ଅପମାନ କରୁଛନ୍ତି। ୧୯୦୫ ଅକ୍ଟୋବରରେ ରାଜ୍ୟକୁ ଏକଜୁଟ କରିବା ଲାଗି ରବୀନ୍ଦ୍ର ନାଥ ପଶ୍ଚିମବଙ୍ଗରେ ରକ୍ଷାବନ୍ଧନ ଅଭିଯାନ ଆରମ୍ଭ କରିଥିଲେ ବୋଲି ସେ କହିଛନ୍ତି। ଅପରପକ୍ଷରେ ଶାସକ ତୃଣମୂଳ କଂଗ୍ରେସ ପକ୍ଷରୁ ରାଜ୍ୟ ସଭା ମୁଖ୍ୟ ସଚେତକ ସୁଖେନ୍ଦୁ ଶେଖର କହିଛନ୍ତି ଯେ, ବିଧାନସଭା ନିର୍ବାଚନରେ ରାଜ୍ୟରେ ପରାଜୟ ପରେ ଭାଜପା ଜାଣିଶୁଣି ଏଭଳି ବିଭାଜନ ଷଡ଼ଯନ୍ତ୍ର କରୁଛି। ଏହାକୁ କେବେ ମଧ୍ୟ ସହ୍ୟ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri