Posted inଜାତୀୟ

କଙ୍ଗନାଙ୍କୁ ସମାଲୋଚନା କଲେ ଭାଜପା ପ୍ରବକ୍ତା

ମୁମ୍ବାଇ,୧୭।୧୧: ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ତାଚ୍ଛଲ୍ୟ କରିଥିବା ବିବାଦୀୟ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ସମାଲୋଚନା କରିଛନ୍ତି ଭାଜପା ପ୍ରବକ୍ତା। ଭାଜପା ଦିଲ୍ଲୀ ପ୍ରବକ୍ତା ନିଘାତ ଆବାସ ଟୁଇଟରରେ ଏକ ଭିଡିଓ ଶେୟାର କରିଛନ୍ତି। ସେଥିରେ ସେ କହିଛନ୍ତି, ଦେଶବାସୀ ଗାନ୍ଧୀଜୀଙ୍କୁ ଜାତିର ପିତା ମାନ୍ୟତା ଦେଇଛନ୍ତି। ତାଙ୍କର ଆଦର୍ଶ ଏହି ଦେଶରେ ଭାରତୀୟଙ୍କୁ ଜୀବନ୍ତ ରଖିଛି। ତାଙ୍କ ଚିନ୍ତାଧାରା ଆମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଅନୁପ୍ରାଣିତ କରୁଛି। ମୁଁ ଜାଣିବାକୁ ଚାହୁଁଛି ଗାନ୍ଧୀଜୀଙ୍କ ବିଷୟରେ ଅପମାନଜନକ ଶବ୍ଦ ବ୍ୟବହାର କରି କଙ୍ଗନା କ’ଣ ହେବାକୁ ଚାହୁଁଛନ୍ତି। ସେ ଏଭଳି ମନ୍ତବ୍ୟ ଦେଇ ବାରମ୍ବାର ସ୍ବାଧୀନତା ସଂଗ୍ରାମ ଉପରେ ପ୍ରଶ୍ନ ଉଠାଇ ଦେଶବାସୀଙ୍କୁ ଆଘାତ ଦେଉଛନ୍ତି। ସେ କେବଳ ଦେଶବାସୀଙ୍କୁ ଆଘାତ ଦେଉଛନ୍ତି ତାହା ନୁହେଁ, ବରଂ ଅନ୍ତର୍ଜାତୀୟ ସ୍ତରରେ ଦେଶକୁ ଅପମାନିତ କରୁଛନ୍ତି।

ମର୍ଣ୍ଣିକର୍ନିକା ଅଭିନେତ୍ରୀ ମଙ୍ଗଳବାର ଇନ୍‌ଷ୍ଟାଗ୍ରାମର କିଛି ପୋଷ୍ଟ କରି ଦାବି କରିଥିଲେ ଯେ, ସୁବାସ ଚନ୍ଦ୍ର ବୋଷ ଓ ଭଗତ ସିଂଙ୍କୁ ମହତ୍ମା ଗାନ୍ଧୀଙ୍କ ଠାରୁ କୌଣସି ସମର୍ଥନ ମିଳି ନ ଥିଲା। ଏପରିକି ଗାନ୍ଧୀଜୀଙ୍କ ଅହିଂସା ମନ୍ତ୍ରର ମଧ୍ୟ ମଜାକ ଉଡାଇଥିଲେ। ‘ଗୋଟିଏ ଗାଲରେ ଚାପୁଡ଼ା ବାଜିଲେ ଅନ୍ୟ ଗାଲ ଦେଖାଇବା ଦ୍ୱାରା ସ୍ବାଧୀନତା ମିଳେ ନାହିଁ। ଭିକ ମିଳିପାରେ“ ବୋଲି ସେ ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri