Posted inଜାତୀୟ

କଂଗ୍ରେସକୁ ଦେଶ ଭକ୍ତି ଜ୍ଞାନ ଦେବା ବନ୍ଦ କରୁ ଭାଜପା: ପଓ୍ବନ ଖେରା

ନୂଆଦିଲ୍ଲୀ,୨୧।୨: ଲଣ୍ଡନରେ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। ମଙ୍ଗଳବାର ଭାଜପା ଜାତୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ପରେ କଂଗ୍ରେସ ଏକ ଖବରଦାତା ସମ୍ମିଳନୀ କରି ପରସ୍ପରକୁ ଟାର୍ଗେଟ୍‌ କରିଛନ୍ତି। ସମ୍ବିତ ପାତ୍ର ପୂର୍ବରୁ କହିଥିଲେ ଯେ, ରାହୁଲ ଗାନ୍ଧୀଙ୍କୁ କ୍ଷମା ମାଗିବାକୁ ପଡ଼ିବ। ସେ କ୍ଷମା ନ ମାଗିବା ପର୍ଯ୍ୟନ୍ତ ଆମେ ଆମର ଦାବି ଜାରି ରଖିବୁ। ଏହାର ଜବାବରେ କଂଗ୍ରେସ ମୁଖପାତ୍ର ପୱନ ଖେରା କହିଛନ୍ତି, ସମସ୍ତେ ଜାଣନ୍ତି ରାହୁଲ ଗାନ୍ଧୀ କ୍ଷମା ମାଗିବେ ନାହିଁ। ଏହା ପରେ ମଧ୍ୟ ଭାଜପା ମୁଖପାତ୍ରମାନେ ସ୍ନାନ ନ କରି ଚାଲିଆସୁଛନ୍ତି।
ଖେରା ଆହୁରି ମଧ୍ୟ କହିଛନ୍ତି, ଯେଉଁମାନେ ୯ ଥର ନାକ ଘଷି ବ୍ରିଟିଶମାନଙ୍କ ନିକଟରେ କ୍ଷମା ପ୍ରାର୍ଥନା କରନ୍ତି, ସେମାନେ କଂଗ୍ରେସକୁ ଦେଶପ୍ରେମର ଜ୍ଞାନ ଦେବା ନିହାତି ହାସ୍ୟାସ୍ପଦ ବିଷୟ। ତୁମେ ଗଣତନ୍ତ୍ରର ମାଲିକ ନୁହେଁ, ପ୍ରକୃତ ମାଲିକ ହେଉଛନ୍ତି ଜନସାଧାରଣ। ଭାଜପା ଜାତୀୟ ମୁଖପାତ୍ର ରାହୁଲଙ୍କୁ ମୀର ଜାଫରଙ୍କ ସହ ତୁଳନା କରିବା ନିନ୍ଦନୀୟ। ଆମେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବୁ ବୋଲି ଖେରା କହିଛନ୍ତି।
ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ଭାଜପାର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀ କରି ରାହୁଲଙ୍କ କ୍ଷମା ପ୍ରାର୍ଥନା ଉପରେ ଜୋର ଦେଇ କହିଛନ୍ତି, ରାହୁଲ ଗାନ୍ଧୀଙ୍କୁ କ୍ଷମା ମାଗିବାକୁ ପଡ଼ିବ। ସେ କ୍ଷମା ନ ମାଗିବା ପର୍ଯ୍ୟନ୍ତ ଆମେ ଆମର ଦାବି ଜାରି ରଖିବୁ। ରାହୁଲ ଗାନ୍ଧୀ ହେଉଛନ୍ତି ଆଜିର ରାଜନୀତିର ମୀର ଜାଫର। ଆଜିର ମୀର ଜାଫରଙ୍କୁ କ୍ଷମା ମାଗିବାକୁ ପଡିବ।
ନିକଟରେ ରାହୁଲ ଗାନ୍ଧୀ ବ୍ରିଟେନ ଗସ୍ତ କରିଥିଲେ। ସେ କେମ୍ବ୍ରିଜ ୟୁନିଭରସିଟି ଏବଂ ବ୍ରିଟେନର ସଂସଦ କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ। ରାହୁଲ ନିଜ ସମ୍ବୋଧନରେ କହିଥିଲେ, ଭାରତରେ ଗଣତନ୍ତ୍ର ବିପଦରେ ଅଛି। ବିରୋଧୀ ଦଳର ନେତାମାନଙ୍କୁ ସଂସଦରେ କହିବାକୁ ଅନୁମତି ଦିଆଯାଉ ନାହିଁ ଏବଂ ସେମାନଙ୍କର ମାଇକ ବନ୍ଦ ହୋଇଯାଇଛି। ବିଦେଶରେ ଦେଇଥିବା ଏହି ବିବୃତ୍ତି ପାଇଁ ଭାଜପା ରାହୁଲ ଗାନ୍ଧୀଙ୍କୁ ଘେରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri