ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ ଓ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ସମେତ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଓ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏହି ତାଲିକାରୁ ବାଦ ପଡିଛନ୍ତି ।

ଓଡିଶା ପାଇଁ ଦଳ ପକ୍ଷରୁ ମଙ୍ଗଳବାର ଜାରି ତୃତୀୟ ସଂଶୋଧିତ ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ୬ଜଣ ନେତାଙ୍କୁ ବାଦ ଦେଇ ୬ ଜଣ ନୂଆ ନେତାଙ୍କୁ ସାମିଲ କରାଯାଇଛି । ଯେଉଁ ନେତାମାନଙ୍କୁ ଚଳିତଥର ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି ସେମାନେ ହେଲେ କେନ୍ଦ୍ର ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କ ସମେତ ଦଳର ବରିଷ୍ଠ ନେତା କେଭି ସିଂହଦେଓ, ବିମ୍ବାଧର କୁଅଁର, ସୁରେଶ ପୂଜାରୀ, ଯତୀନ ମହାନ୍ତି ଓ ବିରଂଚି ନାରାୟଣ ତ୍ରିପାଠୀ ରହିଛନ୍ତି ।

ଚଳିତଥର ଦଳ ଯେଉଁ ନେତାମାନଙ୍କୁ ଷ୍ଟାର ପ୍ରଚାରକ ତାଲିକାରୁ ବାଦ ଦେଇଛି ସେମାନେ ହେଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ତ୍ରିପୁରାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ, ଛତିଶଗଡ ଅର୍ଥମନ୍ତ୍ରୀ ଓପି ଚୌଧୁରୀଙ୍କ ସମେତ ଏମପି ଅପରାଜିତା ଷଷଙ୍ଗୀ ଓ ବରିଷ୍ଠ ନେତା ସମ୍ବିତ ପାତ୍ର ରହିଛନ୍ତି ।

ଏହି ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକାରେ ପୂର୍ବଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡକରୀ, ଯୋଗୀ ଆଦିତ୍ୟ ନାଥଙ୍କ ସମେତ ଅନ୍ୟ ହେଭିଓ୍ବେଟମାନେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?