Posted inଜାତୀୟ

ମଧ୍ୟପ୍ରଦେଶ ନିର୍ବାଚନ ପାଇଁ ପ୍ରସ୍ତୁତ ହେଲାଣି ଭାଜପା

ନୂଆଦିଲ୍ଲୀ,୨୯ ।୪: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟ ଲାଭ କରିବା ପରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ନଜରରେ ୨୦୨୪ ନିର୍ବାଚନ । ଏଥିପାଇଁ ଏବେଠାରୁ ଦଳ ପ୍ରସ୍ତୁତି କଲାଣି । ତେବେ ଆସନ୍ତା ବର୍ଷ ମଧ୍ୟପ୍ରଦେଶରେ ହେବାକୁ ଥିବା ନିର୍ବାଚନ ଲାଗି କେନ୍ଦ୍ରୀୟ ନେତୃତ୍ୱ କମାଣ ନିଜ ହାତକୁ ନେଇ ସାରିଲେଣି । ଗୁରୁବାର ରାଜଧାନୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ହୋଇଥିବା ଭାଜପା କୋର ଗ୍ରୁପର ମାରାଥନ ବୈଠକରେ ସରକାରଙ୍କ କାର୍ଯ୍ୟର ସମୀକ୍ଷା ସହ ମିଶନ ୨୦୨୩ର ରଣନୀତିକୁ ନେଇ ମନ୍ଥନ କରାଯାଇଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ୨୦୨୩ ରାଜ୍ୟ ବିଧାନସଭା ନିର୍ବାଚନର ରଣନୀତି ପ୍ରସ୍ତୁତ କରିବାକୁ ନେଇ ମଧ୍ୟପ୍ରଦେଶ କୋର ଗ୍ରୁପ ବୈଠକର ଅଧ୍ୟକ୍ଷତା କରିଛନ୍ତି ।
ଏଥର ୨୦୨୪ ନିର୍ବାଚନ ପାଇଁ ବି ଭାଜପା ଏବେଠାରୁ ଅଣ୍ଟା ଭିଡିଲାଣି । ଏଥର ଦଳ ଯେଉଁସବୁ ବୁଥରେ ଅନ୍ୟ ଦଳଙ୍କଠାରୁ ପଛରେ ରହିଛି ସେସବୁ ବୁଥକୁ ପ୍ରାଧାନ୍ୟ ଦେବ ବୋଲି କୁହାଯାଉଛି । ଏହିଭଳି ପ୍ରାୟ ୭୪,୦୦୦ ବୁଥକୁ ଟାର୍ଗେଟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri