Posted inରାଜ୍ୟ

ନିର୍ବାଚନ ପୂର୍ବରୁ କୋର୍‌ କମିଟି ଘୋଷଣା କଲା ଭାଜପା, ଅପରାଜିତାଙ୍କୁ ମିଳିଲାନି ସ୍ଥାନ

ଭୁବନେଶ୍ୱର,୧୪ା୨: ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଉସ୍ମତା ବୃଦ୍ଧି ପାଇଛି। ଏହି କ୍ରମରେ ରାଜ୍ୟ ଭାଜପା ଏହାର କୋର୍‌ କମିଟି ଏବଂ ନିର୍ବାଚନ କମିଟି ଘୋଷଣା କରିଛି। ଏଥିସହ ଶୃଙ୍ଖଳା କମିଟି, ଅର୍ଥ କମିଟି ଘୋଷଣା ହୋଇଛି। କୋର୍‌ କମିଟିରେ ମନମୋହନ, ବୈଜୟନ୍ତ, ଧର୍ମେନ୍ଦ୍ରଙ୍କ ସହ ୧୮ ସଦସ୍ୟ ସ୍ଥାନ ପାଇଥିଲା ବେଳେ ଭୁବନେଶ୍ୱର ଏମପି ଅପରାଜିତା ଷଡ଼ଙ୍ଗୀ ଏଥର ମଧ୍ୟ ବାଦ୍ ପଡ଼ିଛନ୍ତି।

କୋର୍‌ କମିଟିରେ ୧୫ ସଦସ୍ୟ, ୩ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ରହିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ବିଧାନସଭା ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର, ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, କେଭି ସିଂଦେଓ, ସମୀର ମହାନ୍ତି, ସୁରମା ପାଢ଼ୀ, ସମ୍ବିତ ପାତ୍ର, ମାନସ ମହାନ୍ତି ସଦସ୍ୟ ରହିଛନ୍ତି। ଏମାନଙ୍କ ବ୍ୟତୀତ ସୁନୀଲ ବଂଶଲ, ବିଜୟପାଲ୍‌ ସିଂ ତୋମାର, ଲତା ଉସେଣ୍ଡି ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ରହିଛନ୍ତି।

ସେହିପରି ନିର୍ବାଚନ କମିଟିରେ ୩ ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ସମେତ ୧୫ ସଦସ୍ୟ ରହିଛନ୍ତି। ଏଥିରେ ରାଜ୍ୟ ସଭାପତି ମନମୋହନ, ବୈଜୟନ୍ତ, ଧର୍ମେନ୍ଦ୍ର, ବୈଷ୍ଣବ, ଜୟନାରାୟଣ, ଜୁଏଲ, ବିଶ୍ୱେଶ୍ୱର, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, କେଭି, ସମୀର, ସୁରମା, ସମ୍ବିତ ପାତ୍ର, ମାନସ ମହାନ୍ତି, ଐଶ୍ୱର୍ଯ୍ୟା ବିଶ୍ୱାଳ ନିର୍ବାଚନ କମିଟିରେ ଏକ୍ସ ଅଫିସିଓ ସଦସ୍ୟ ଭାବେ ସାମିଲ ହୋଇଛନ୍ତି। ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସୁନୀଲ ବଂଶଲ, ବିଜୟପାଲ୍‌ ସିଂ ତୋମାର, ଲତା ଉସେଣ୍ଡି।

ସେହିଭଳି ଅର୍ଥ କମିଟିରେ ବୈଜୟନ୍ତ, ଧର୍ମେନ୍ଦ୍ର, ବୈଷ୍ଣବ, ବିଶ୍ୱେଶ୍ୱର, ପୂର୍ଣ୍ଣ ମହାପାତ୍ର, ସୁଦର୍ଶନ ଗୋଏଲ, ଦିବାକର ହରିଚନ୍ଦନ, ବିନୋଦ ଦାଶ, ମୁରଲୀ ଶର୍ମା ଏବଂ ଡି. ମୁରଲୀ କ୍ରୀଷ୍ଣାଙ୍କ ସମେତ ମୋଟ ୧୦ ସଦସ୍ୟ ରହିଥିଲା ବେଳେ ଶୃଙ୍ଖଳା କମିଟିରେ ପ୍ରତାପ ଷଡ଼ଙ୍ଗୀ, ପର୍ଶୁରାମ ମାଝୀ, ନମିତାରାଣୀ ସାହୁ, ସୁଦୀପ୍ତ ରାୟ, ସୁଦର୍ଶନ ନାୟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri