ଭାଜପା ରାଜ୍ୟ ପ୍ରତିନିଧି ଦଳର ବନ୍ୟାଞ୍ଚଳ ପରିଦର୍ଶନ: ବନ୍ୟା ବିପନ୍ନଙ୍କୁ ସହାୟତା ଦାବି

ଭଣ୍ଡାରିପୋଖରୀ, ୩୦।୮(ଡି.ଏନ.ଏ): ରାଜ୍ୟ ଭାଜପା ପ୍ରତିନିଧି ଦଳର ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍‌ ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ବନ୍ୟା ବିପନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପୂର୍ବତନ ଜିଲା ସଭାପତି ବଦ୍ରୀ ନାରାୟଣ ଧଳଙ୍କ ସହ ପ୍ରତିନିଧି ଦଳରେ ରାଜ୍ୟ ପୂର୍ବତନ ସଂଗଠନ ସମ୍ପାଦକ ସାରଦା ଶତପଥୀ, କୃଷକମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ମହେଶ୍ୱର ସାହୁ, ପୃଥ୍ବୀରାଜ କୁଅଁର, ଆଲୋକ ସେଠୀ, ଭଦ୍ରକ ଜିଲା ସଭାପତି ହେମନ୍ତ ପାଢ଼ୀ ପ୍ରମୁଖ ବନ୍ୟାଞ୍ଚଳ ଗସ୍ତକରି କ୍ଷୟକ୍ଷତି ଦେଖିବା ସହ ବନ୍ୟାରେ କ୍ଷତି ହୋଇଥିବା ଚାଷଜମି ଅନୁଧ୍ୟାନ କରିଥିଲେ। ରହଣିଆ ଓ କୁରିଗାଁ ପଞ୍ଚାୟତର ବିଭିନ୍ନ ଗ୍ରାମ ବୁଲି ବିପନ୍ନ ମାନଙ୍କୁ ଶୁଖିଲା ଖାଦ୍ୟ ବିତରଣ କରିଥିଲେ। ଏହି ବନ୍ୟାରେ କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା ପ୍ରଦାନ, ଯେଉଁମାନଙ୍କ ଘର ଭାଙ୍ଗିଛି ସେ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, କ୍ଷତିଗ୍ରସ୍ତ ଚାଷୀଙ୍କୁ ବିକଳ୍ପ ଚାଷପାଇଁ ମାଗଣାରେ ସାର, ବିହନ ଯୋଗାଣ ପାଇଁ ଏହି ପ୍ରତିନିଧି ଦଳ ଦାବି ଜଣାଇଛନ୍ତି। ବ୍ଲକର କଣ୍ଟିଘାଇ ଦ୍ୱାରା ବନ୍ୟା ଜଳ ଆସି ବହୁ କ୍ଷୟକ୍ଷତି ହେଉଥିବା ଓ ବନ୍ୟାରେ ଭାସି ଯାଇ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ପରିବାରକୁ ସମବେଦନା ଜଣାଇବା ସହ ବନ୍ୟାର ସ୍ଥାୟୀ ପ୍ରତିକାର ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପ୍ରତିନିଧି ଦଳ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri