ଆଜି ଭାଜପାର ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଥିଲା ସେନେଇ ଗୁରୁବାରଠାରୁ ବିଶେଷ ଆଲୋଚନା ହେଉନାହିଁ। ମେଣ୍ଟ ହେବ ନ ହେବ ତା’ର ସ୍ପଷ୍ଟ ଚିତ୍ର ନ ଥିବା ଉଭୟ ବିଜେଡି ଏବଂ ଭାଜପା ନେତାମାନେ ଖୋଲାଖୋଲି ମତଦେବା ଆରମ୍ଭ କଲେଣି।

ଏହାରି ଭିତରେ ଶନିବାର ଭାଜପାର ରାଜ୍ୟ ନିର୍ବାଚନ କମିଟି ବୈଠକ ବସିବ ବୋଲି ଜଣାପଡିଛି। ପୂର୍ବରୁ ଭାଜପାର ସେଣ୍ଟ୍ରାଲ ନିର୍ବାଚନ କମିଟି(ସିଇସି) ବୈଠକ ଦୁଇ ଥର ବସିସାରିଥିବା ବେଳେ ଦୁଇଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ମଧ୍ୟ ପ୍ରକାଶ ପାଇସାରିଛି। ହେଲେ ଦୁଇଟି ଯାକ ପର୍ଯ୍ୟାୟରେ ଓଡ଼ିଶାକୁ ତାଲିକାରେ ରଖାଯାଇ ନାହିଁ।

ଏଭଳି ସ୍ଥିତିରେ ଶନିବାର ବସିବାକୁ ଥିବା ରାଜ୍ୟ ନିର୍ବାଚନ କମିଟି ବୈଠକ ବହୁ ଗୁରୁତ୍ୱ ବହନ କରୁଥିବା ଚର୍ଚ୍ଚା ହେଉଛି। ତେବେ ଭାଜପାର ରାଜ୍ୟ ନିର୍ବାଚନ କମିଟିରେ ମୋଟ୍‌ ୧୯ ଜଣ ସଦସ୍ୟ ରହିଛନ୍ତି। ସେଥିରେ ୧୫ ଜଣ ସଦସ୍ୟଙ୍କ ସମେତ ଜଣେ ଏକ୍ସ ଅଫିସିଓ ଓ ୩ କେନ୍ଦ୍ରୀୟ ନେତାଙ୍କୁ ସ୍ବତନ୍ତ୍ର ଆମନ୍ତ୍ରିତ ଭାବେ ରଖାଯାଇଛି। ସେମାନେ ହେଉଛନ୍ତି, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଏମ୍‌ପି ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି କେ.ଭି. ସିଂଦେଓ, ସମୀର କୁମାର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର, ଦଳର ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ମାନସ ମହାନ୍ତି ଅଛନ୍ତି। ଏହାସହ ମହିଳା ମୋର୍ଚ୍ଚା ସଭାପତି ଏଶ୍ୱର୍ଯ୍ୟା ବିଶ୍ୱାଳ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ରହିଛନ୍ତି।

ଏହି ନେତାମାନଙ୍କୁ ନେଇ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅପରାହ୍ନ ୪ଟା ସମୟରେ ବୈଠକ ବସିବ ବୋଲି ପୂର୍ବତନ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି। ହେଲେ ଏହି ବୈଠକ ସମ୍ପର୍କରେ କୌଣସି ସୂଚନା ନ ଥିବା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି। ଯଦି ବି ବୈଠକ ହୁଏ ନିର୍ବାଚନମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ ଥିବାରୁ ସେଥିରେ ଯୋଗଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ନିର୍ବାଚନ କମିଟି ବୈଠକ ଭଳି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ କାହିଁକି ଯୋଗଦେବେ ନାହିଁ ଏବଂ ତାଙ୍କୁ କିପରି ବୈଠକ ସମ୍ପର୍କରେ ସୂଚନା ଶୁକ୍ରବାର ପର୍ଯ୍ୟନ୍ତ ମିଳି ନାହିଁ ବୋଲି ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri