‘କଂଗ୍ରେସ ଶାସନକୁ ଆସିବାକୁ ସ୍ବପ୍ନ ଦେଖୁଛି’

ଭବାନୀପାଟଣା,୨୬ା୮(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାକୁ ୨ ଦିନିଆ ଗସ୍ତରେ ଆସିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ମଙ୍ଗଳବାର ପୂର୍ବାହ୍ନ ସାଢେ ୧୦ଟାରେ ସେ କଳାହାଣ୍ଡିର ପ୍ରବେଶପଥ ଅମାଠ ଛକଠାରେ ପହଞ୍ଚତ୍ବା ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ସେଠାରୁ ଭବାନୀପାଟଣା ସହର ପର୍ଯ୍ୟନ୍ତ ଏକ ବିଶାଳ ବାଇକ୍‌ ଶୋଭାଯାତ୍ରା ମାଧ୍ୟମରେ ଦଳୀୟ କାର୍ଯ୍ୟକର୍ତ୍ତା ତାଙ୍କୁ ପାଛୋଟି ଆଣିଥିଲେ। ଟାଉନ ହଲ୍‌ଠାରେ ଜିଲା ଭାଜପା ପକ୍ଷରୁ ଅନୁଷ୍ଠିତ ସମ୍ବର୍ଦ୍ଧନା ଓ ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ସାମଲଙ୍କ ସମେତ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ପୂର୍ବତନ ମନ୍ତ୍ରୀ ପ୍ରଦୀପ୍ତ ନାଏକ, ହିମାଂଶୁ ଶେଖର ମେହେର, ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ, ପୂର୍ବତନ ଜିଲା ସଭାପତି ସୁନୀଲ ବେହେରା, ଦେବେନ୍ଦ୍ର ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ପ୍ରମୁଖ ମଞ୍ଚସୀନ ଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ ଏହା ଦ୍ୱାରା ସାଧାରଣ ଲୋକ କିପରି ଉପକୃତ ହେଉଛନ୍ତି ସେ ଉପରେ ରାଜ୍ୟ ସଭାପତି ସାମଲ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସ ପାଇଁ କୌଣସି ପ୍ରସଙ୍ଗ ନ ଥିବାରୁ ଏବେ ଭାଜପାର ମିଥ୍ୟା କଥା ପ୍ରଚାରକରି ଶାସନକୁ ଆସିବାର ଦିବା ସ୍ବପ୍ନ ଦେଖୁଛି। ହେଲେ କଂଗ୍ରେସକୁ ଲୋକେ ନିର୍ବାଚନ ସମୟରେ ଉଚିତ ଜବାବ ଦେବେ। କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ମୋହନ ସରକାରଙ୍କ ଜନହିତକର ଯୋଜନା ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ସଙ୍ଗଠନକୁ ମଜଭୁତ କରିବା ପାଇଁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମରେ କଳାହାଣ୍ଡି ସାଙ୍ଗଠନିକ ୪୧ ମଣ୍ଡଳର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ଅପରାହ୍ନରେ ସର୍କିଟ ହାଉସଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ଓ ଆଗାମୀ କାର୍ଯ୍ୟପନ୍ଥା ଉପରେ କହିବା ସହ ଉପସ୍ଥିତ ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ପରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରି ଗୁରୁମନ୍ତ୍ର ଦେଇଥିଲେ। ଏହାପରେ ସେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ମନ୍ଦିରକୁ ଯାଇ ମା’ଙ୍କ ଦର୍ଶନ କରିଥିଲେ। ବୁଧବାର ଦ୍ୱିତୀୟ ଦିନରେ ରାଜ୍ୟ ସଭାପତି ସାମଲଙ୍କ ଜୁନାଗଡ଼ ଓ ଧର୍ମଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri