‘କଂଗ୍ରେସ ଶାସନକୁ ଆସିବାକୁ ସ୍ବପ୍ନ ଦେଖୁଛି’

ଭବାନୀପାଟଣା,୨୬ା୮(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାକୁ ୨ ଦିନିଆ ଗସ୍ତରେ ଆସିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ମଙ୍ଗଳବାର ପୂର୍ବାହ୍ନ ସାଢେ ୧୦ଟାରେ ସେ କଳାହାଣ୍ଡିର ପ୍ରବେଶପଥ ଅମାଠ ଛକଠାରେ ପହଞ୍ଚତ୍ବା ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ସେଠାରୁ ଭବାନୀପାଟଣା ସହର ପର୍ଯ୍ୟନ୍ତ ଏକ ବିଶାଳ ବାଇକ୍‌ ଶୋଭାଯାତ୍ରା ମାଧ୍ୟମରେ ଦଳୀୟ କାର୍ଯ୍ୟକର୍ତ୍ତା ତାଙ୍କୁ ପାଛୋଟି ଆଣିଥିଲେ। ଟାଉନ ହଲ୍‌ଠାରେ ଜିଲା ଭାଜପା ପକ୍ଷରୁ ଅନୁଷ୍ଠିତ ସମ୍ବର୍ଦ୍ଧନା ଓ ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ସାମଲଙ୍କ ସମେତ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ପୂର୍ବତନ ମନ୍ତ୍ରୀ ପ୍ରଦୀପ୍ତ ନାଏକ, ହିମାଂଶୁ ଶେଖର ମେହେର, ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ, ପୂର୍ବତନ ଜିଲା ସଭାପତି ସୁନୀଲ ବେହେରା, ଦେବେନ୍ଦ୍ର ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ପ୍ରମୁଖ ମଞ୍ଚସୀନ ଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ ଏହା ଦ୍ୱାରା ସାଧାରଣ ଲୋକ କିପରି ଉପକୃତ ହେଉଛନ୍ତି ସେ ଉପରେ ରାଜ୍ୟ ସଭାପତି ସାମଲ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସ ପାଇଁ କୌଣସି ପ୍ରସଙ୍ଗ ନ ଥିବାରୁ ଏବେ ଭାଜପାର ମିଥ୍ୟା କଥା ପ୍ରଚାରକରି ଶାସନକୁ ଆସିବାର ଦିବା ସ୍ବପ୍ନ ଦେଖୁଛି। ହେଲେ କଂଗ୍ରେସକୁ ଲୋକେ ନିର୍ବାଚନ ସମୟରେ ଉଚିତ ଜବାବ ଦେବେ। କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ମୋହନ ସରକାରଙ୍କ ଜନହିତକର ଯୋଜନା ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ସଙ୍ଗଠନକୁ ମଜଭୁତ କରିବା ପାଇଁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମରେ କଳାହାଣ୍ଡି ସାଙ୍ଗଠନିକ ୪୧ ମଣ୍ଡଳର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ଅପରାହ୍ନରେ ସର୍କିଟ ହାଉସଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ଓ ଆଗାମୀ କାର୍ଯ୍ୟପନ୍ଥା ଉପରେ କହିବା ସହ ଉପସ୍ଥିତ ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ପରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରି ଗୁରୁମନ୍ତ୍ର ଦେଇଥିଲେ। ଏହାପରେ ସେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ମନ୍ଦିରକୁ ଯାଇ ମା’ଙ୍କ ଦର୍ଶନ କରିଥିଲେ। ବୁଧବାର ଦ୍ୱିତୀୟ ଦିନରେ ରାଜ୍ୟ ସଭାପତି ସାମଲଙ୍କ ଜୁନାଗଡ଼ ଓ ଧର୍ମଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?