ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ ହୋଇଥିବା ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ କହିଛନ୍ତି, ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେବାରୁ ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ୍‌ ଆସିଛି। ସେ ସୁସ୍ଥ ଥିବା କହିଛନ୍ତି।

ଏଥିସହିତ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ସହ କୋଭିଡ୍‌ ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଛନ୍ତି। ସେ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସିତ ହେଉଛନ୍ତି।