ପୁରୀରେ ଆଜିଠାରୁ ୨ଦିନିଆ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଏବଂ ଶନିବାର ୨ଦିନ ଧରି ପୁରୀ ଠାରେ ଅନୁଷ୍ଠିତ ହେବ। ଏନେଇ ଦଳ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଥିବା ଜଣାପଡିଛି। ଶୁକ୍ରବାର ଅପରାହ୍ନ ସାଢ଼େ ୨ଟା ସମୟରେ ଏହି କାର୍ଯ୍ୟକ୍ରମ ସମୁଦ୍ରକୂଳ ନିକଟସ୍ଥ ଏକ ଘରୋଇ ହୋଟେଲ ପଡ଼ିଆରେ ହେବ ବୋଲି ଜଣାପଡିଛି। ଭାଜପା ରାଜ୍ୟରେ ପ୍ରଥମ ଥର ସରକାର ଗଠନ କରିବା ପରେ ଏହା ହେଉଛି ପ୍ରଥମ କାର୍ଯ୍ୟକାରିଣୀ। ତେଣୁ ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବା କାର୍ଯ୍ୟକ୍ରମ ରହିଛି। ନଡ୍ଡା ଦିନ ୧୧ଟା ସମୟରେ ଭୁବନେଶ୍ୱର ଠାରେ ପହଞ୍ଚିବା ପରେ ସିଧା ପୁରୀ ଅଭିମୁଖେ ଗସ୍ତ କରିବେ। ସେଠାରେ ସେ ଜଗନ୍ନାଥଙ୍କ ଦର୍ଶନସାରି କାର୍ଯ୍ୟକାରିଣୀ ବୈଠକରେ ଯୋଗଦେବେ। ନଡ୍ଡା ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ପ୍ରଥମେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ।
ବୈଠକରେ ନଡ୍ଡାଙ୍କ ସମେତ ଅନ୍ୟ କେନ୍ଦ୍ରୀୟ ନେତାମାନଙ୍କ ମଧ୍ୟରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ଏଥିରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଯୋଗଦେବେ ବୋଲି କାର୍ଯ୍ୟକ୍ରମ ଥିବାବେଳେ ପରବର୍ତ୍ତୀ ସମୟରେ ଏହା ବାତିଲ କରାଯାଇଛି। ତେବେ ରାଜ୍ୟରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସବୁ ଏମ୍‌ପି, ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲା ସଭାପତି, ସାଧାରଣ ସମ୍ପାଦକ, ଲୋକ ସଭା ଓ ବିଧାନସଭାର ସମସ୍ତ ସଂଯୋଜକ ଏବଂ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଏହି ବୈଠକରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି। ତେବେ ଏଥିରେ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri