ପୁରୀରେ ଆଜିଠାରୁ ୨ଦିନିଆ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଏବଂ ଶନିବାର ୨ଦିନ ଧରି ପୁରୀ ଠାରେ ଅନୁଷ୍ଠିତ ହେବ। ଏନେଇ ଦଳ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଥିବା ଜଣାପଡିଛି। ଶୁକ୍ରବାର ଅପରାହ୍ନ ସାଢ଼େ ୨ଟା ସମୟରେ ଏହି କାର୍ଯ୍ୟକ୍ରମ ସମୁଦ୍ରକୂଳ ନିକଟସ୍ଥ ଏକ ଘରୋଇ ହୋଟେଲ ପଡ଼ିଆରେ ହେବ ବୋଲି ଜଣାପଡିଛି। ଭାଜପା ରାଜ୍ୟରେ ପ୍ରଥମ ଥର ସରକାର ଗଠନ କରିବା ପରେ ଏହା ହେଉଛି ପ୍ରଥମ କାର୍ଯ୍ୟକାରିଣୀ। ତେଣୁ ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବା କାର୍ଯ୍ୟକ୍ରମ ରହିଛି। ନଡ୍ଡା ଦିନ ୧୧ଟା ସମୟରେ ଭୁବନେଶ୍ୱର ଠାରେ ପହଞ୍ଚିବା ପରେ ସିଧା ପୁରୀ ଅଭିମୁଖେ ଗସ୍ତ କରିବେ। ସେଠାରେ ସେ ଜଗନ୍ନାଥଙ୍କ ଦର୍ଶନସାରି କାର୍ଯ୍ୟକାରିଣୀ ବୈଠକରେ ଯୋଗଦେବେ। ନଡ୍ଡା ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ପ୍ରଥମେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ।
ବୈଠକରେ ନଡ୍ଡାଙ୍କ ସମେତ ଅନ୍ୟ କେନ୍ଦ୍ରୀୟ ନେତାମାନଙ୍କ ମଧ୍ୟରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ଏଥିରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଯୋଗଦେବେ ବୋଲି କାର୍ଯ୍ୟକ୍ରମ ଥିବାବେଳେ ପରବର୍ତ୍ତୀ ସମୟରେ ଏହା ବାତିଲ କରାଯାଇଛି। ତେବେ ରାଜ୍ୟରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସବୁ ଏମ୍‌ପି, ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲା ସଭାପତି, ସାଧାରଣ ସମ୍ପାଦକ, ଲୋକ ସଭା ଓ ବିଧାନସଭାର ସମସ୍ତ ସଂଯୋଜକ ଏବଂ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଏହି ବୈଠକରେ ସାମିଲ ହେବା କାର୍ଯ୍ୟକ୍ରମ ରହିଛି। ତେବେ ଏଥିରେ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri