ଭୋଟ ଚୋରି ପରେ ପ୍ରାର୍ଥୀ ଚୋରି କରୁଛି ଭାଜପା: ଭକ୍ତଙ୍କ ବସ୍ଫୋରକ ବୟାନ ପରେ…

ନୂଆପଡ଼ା,୧୮ା୧୦ (ମକାରୁ ବେମାଲ): ଭାଜପା ପ୍ରଥମେ ଭୋଟ ଚୋରି କରୁଥିଲା, ଏବେ ପ୍ରାର୍ଥୀ ଚୋରି କରୁଛି ବୋଲି ସ୍ଥାନୀୟ ଖୁଣ୍ଟିଆ ସମ୍ମିଳନୀ କକ୍ଷରେ ଗୁରୁବାର ସନ୍ଧ୍ୟାରେ ଆୟୋଜିତ ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ସେ ଆହୁରି କହିଛନ୍ତି, ଭାଜପା ପ୍ରାର୍ଥୀ ଚୋରି ହୋଇଗଲା ପରେ ବିଜେଡିକୁ ପ୍ରାର୍ଥୀ ମିଳିଲେ ନାହିଁ। ଶେଷରେ ବରଗଡ ଜିଲାରୁ ଆଣି ପ୍ରାର୍ଥୀ କରିଛନ୍ତି। ବର୍ତ୍ତମାନ ବିଜେଡିର ଅସ୍ତିତ୍ୱ ନାହିଁ। କର୍ମକର୍ତ୍ତା ଦଳ ଛାଡି ଅନ୍ୟ ଦଳରେ ଯୋଗ ଦେଉଛନ୍ତି। କଂଗ୍ରେସ ଦଳରେ ପ୍ରତିଦିନ ଶତାଧିକ ବିଜେଡି କର୍ମୀ ସାମିଲ ହେଉଛନ୍ତି। ଏଥର କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ବିଜୟୀ ହେବା ସୁନିଶ୍ଚିତ ବୋଲି ସେ କହିଛନ୍ତି। ଏହି ଅବସରରେ ବିଜେଡି ସାଧାରଣ ସମ୍ପାଦକ ସୁଧିର ମିଶ୍ରଙ୍କ ସମେତ ବରିଷ୍ଠ ଯାଦବ ସଂଗଠକ କରୁଣାକର ଚଣ୍ଡୀ, ଦୁଃଖ ଭଞ୍ଜନ ନାୟକ, କାପଳି ଭଟ୍ଟ, ରୂକେଶ ଗହିର, ନିତ୍ୟା ବେହେରା, ପ୍ରତାପ ରଣାଙ୍କ ସମେତ ଶତାଧିକ ଯୁବକ କଂଗ୍ରେସରେ ସାମିଲ ହୋଇଛନ୍ତି। ଏହି ଅବସରରେ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା, କଂଗ୍ରେସ ମୁଖପାତ୍ର ହମିତ ହୁସେନ, ନୂଆପଡା ଜିଲା ପର୍ଯ୍ୟବେକ୍ଷକ ମୁରଲୀଧର ନାଏକ, ଜିଲା ପରିଷଦ ସଭ୍ୟ ଭରତ ଲାଲ ରାଉତ, ପୂର୍ବତନ ସଦର ଏନ୍‌ଏସି ଅଧ୍ୟକ୍ଷ ମହେଶ ନିଆଲ, ଗରିବସେନା ଜିଲା ଆବାହକ ରବି ମଙ୍ଗରାଜ, ଟଙ୍କଧର ସାହୁ, ଜ୍ଞାନେନ୍ଦ୍ର ଦାସ, ଅଙ୍କିତ ସିଂଘାଇ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri