ସରକାରଙ୍କୁ କଡ଼ା ସମାଲୋଚନା କଲା ଭାଜପା, କାଶୀପୁର ଘଟଣା ମନୁଷ୍ୟକୃତ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭାରେ ହଟ୍ଟଗୋଳ ହୋଇଛି। ଏ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ।

ସେ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, କାଶୀପୁରରେ ଝାଡ଼ାବାନ୍ତିରେ ମୋଟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ସରକାର ୯ ଜଣଙ୍କର ମୃତ୍ୟୁ ଘଟିଥିବା କହୁଛନ୍ତି। ଅନ୍ୟ ୫ ଜଣଙ୍କର ସ୍ବାଭାବିକ ମୃତ୍ୟୁ ହୋଇଥିବା ସରକାର କହୁଛନ୍ତି । ଯଦି ସେମାନଙ୍କର ସ୍ବାଭାବିକ ମୃତ୍ୟୁ ହୋଇଛି, ତେବେ ସେମାନଙ୍କ ପୋଷ୍ଟମର୍ଟମ ରିପୋର୍ଟ ବିଧାନସଭାରେ ରଖିବା ପାଇଁ ମାଝି ଦାବି କରିଛନ୍ତି । ସରକାରଙ୍କ ଖାମଖିଆଲ ମନୋଭାବ ଯୋଗୁ କେବଳ କାଶୀପୁର ନୁହେଁ ଅନ୍ୟ ସ୍ଥାନକୁ ମଧ୍ୟ ଝାଡ଼ାବାନ୍ତି ବ୍ୟାପିବା ଆରମ୍ଭ କଲାଣି । ଉତ୍କଳ ଆଲୁମିନା ୱାଟର ଟ୍ରିଟ୍‌ମେଣ୍ଟ ନ କରି ଦୂଷିତ ପାଣି ଛାଡୁ ଥିବାରୁ ଏପରି ଅବସ୍ଥା ଉପୁଜୁଥିବା ମାଝି କହିଛନ୍ତି। ଏ ନେଇ ବିଧାନସଭା ପକ୍ଷରୁ ଏକ ସର୍ବଦଳୀୟ ଟିମ୍‌ ଗଠନ କରାଯାଇ ଅନୁଧ୍ୟାନ କରାଯାଉ ବୋଲି ସେ ଦାବି କରିଛନ୍ତି ।
ଏଥିସହ ସେ କହିଛନ୍ତି, କାଶୀପୁରରେ ଡ୍ରେନେଜ ବ୍ୟବସ୍ଥା ନାହିଁ। ପିଇବା ପାଣି ବ୍ୟବସ୍ଥା ନ ଥିବାରୁ ଲୋକେ ଦୂଷିତ ପାଣି ପିଉଛନ୍ତି। ସୁଷମ ଖାଦ୍ୟ ଖାଇବାକୁ ପାଉ ନାହାନ୍ତି। କାଶୀପୁରରେ ଲୋକଙ୍କ ଘର ସାମନାରେ ଷ୍ଟାଣ୍ଡ ପୋଷ୍ଟ ଲାଗିଛି। ତଳେ ପାଇପ କନେକ୍‌ସନ ବ୍ୟବସ୍ଥା କରାଯାଇଛି। ପାଇପ ଅଛି, ଷ୍ଟାଣ୍ଡପୋଷ୍ଟ ଅଛି, କିନ୍ତୁ ତାହାକୁ ସଂଯୋଗ କରାଯାଇ ନାହିଁ। ହଇଜା ଏଠାରେ ଆପେ ଆପେ ହୋଇନାହିଁି । ଏହା ମନୁଷ୍ୟକୃତ । ଏହା ସରକାରଙ୍କ ଅବହେଳାରୁ ହୋଇଛି ବୋଲି ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri