ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ। ଥରେ ମାତ୍ର ଆଲୋଚନାକୁ ଗଲେ, ଆଉ ଦୁଇ ଥର ଗଲେନି। ରାଜନୈତିକ ଫାଇଦା ପାଇଁ ଟ୍ରିବ୍ୟୁନାଲ୍‌କୁ ଗଲେ, ଯାହା ଲମ୍ବା ସମୟ ପର୍ଯ୍ୟନ୍ତ ଚାଲେ। ଆଜି ଓଲଟା କଥା କହୁଛନ୍ତି, ମହାନଦୀକୁ ନେଇ ବହୁତ ରାଜନୀତି କଲାଣି ବିଜେଡି। ଆମ ସରକାରକୁ ଆଉ ଜ୍ଞାନ ଦେବା ଦରକାର ନାହିଁ। କେମିତି ସମାଧାନ ହେବ ଆମ ସରକାର ଯତ୍ନବାନ ଅଛନ୍ତି ବୋଲି କହିଛନ୍ତି ପୃଥ୍ବୀରାଜ। ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ କଥାରେ ପଡ଼ି ଯାହା କଲେ, ସେଥିପାଇଁ ସେ କାନ୍ଦୁଛନ୍ତି।

ଆହୁରି ମଧ୍ୟ ଡିଲିମିଟେଶନ ପ୍ରସଙ୍ଗରେ ବିଜେଡିକୁ ଆଇନମନ୍ତ୍ରୀ କଡ଼ା ଟାର୍ଗେଟ କରି କହିଛନ୍ତି, ବିଜେଡିର ସମଦୂରତା ନୀତି ଏବେ କୁଆଡ଼େ ଗଲା। ସରକାରରେ ୮ ବର୍ଷ ଜଣେ ଦକ୍ଷିଣ ଭାରତୀୟ ଲୋକ କଥାରେ ଚାଲିଲେ। ଏବେ ଜଣେ ଦକ୍ଷିଣ ଭାରତୀୟ ନେତାଙ୍କ କଥାରେ ଚାଲିବାରେ ଅସୁବିଧା କ’ଣ। ଗଣତାନ୍ତ୍ରିକ ପଦ୍ଧତିରେ ଡିଲିମିଟେଶନ ହେବ, ବିରୋଧୀ ପକ୍ଷ ରଖନ୍ତୁ। କିନ୍ତୁ କିଛି କୁଆଡ଼େ ହୋଇନି, ଡିଲିମିଟେଶନ ନା ଶୁଣି ଭୟ କାହିଁକି। ଅପେକ୍ଷା ନ କରି ନଈ ନ ଦେଖି ଲଙ୍ଗଳା ହେବା ଦରକାର ନାହିଁ ବୋଲି କଡ଼ା କଥା କହି ବିଜେଡିକୁ ଭର୍ତ୍ସନା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri