ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ। ଥରେ ମାତ୍ର ଆଲୋଚନାକୁ ଗଲେ, ଆଉ ଦୁଇ ଥର ଗଲେନି। ରାଜନୈତିକ ଫାଇଦା ପାଇଁ ଟ୍ରିବ୍ୟୁନାଲ୍‌କୁ ଗଲେ, ଯାହା ଲମ୍ବା ସମୟ ପର୍ଯ୍ୟନ୍ତ ଚାଲେ। ଆଜି ଓଲଟା କଥା କହୁଛନ୍ତି, ମହାନଦୀକୁ ନେଇ ବହୁତ ରାଜନୀତି କଲାଣି ବିଜେଡି। ଆମ ସରକାରକୁ ଆଉ ଜ୍ଞାନ ଦେବା ଦରକାର ନାହିଁ। କେମିତି ସମାଧାନ ହେବ ଆମ ସରକାର ଯତ୍ନବାନ ଅଛନ୍ତି ବୋଲି କହିଛନ୍ତି ପୃଥ୍ବୀରାଜ। ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ କଥାରେ ପଡ଼ି ଯାହା କଲେ, ସେଥିପାଇଁ ସେ କାନ୍ଦୁଛନ୍ତି।

ଆହୁରି ମଧ୍ୟ ଡିଲିମିଟେଶନ ପ୍ରସଙ୍ଗରେ ବିଜେଡିକୁ ଆଇନମନ୍ତ୍ରୀ କଡ଼ା ଟାର୍ଗେଟ କରି କହିଛନ୍ତି, ବିଜେଡିର ସମଦୂରତା ନୀତି ଏବେ କୁଆଡ଼େ ଗଲା। ସରକାରରେ ୮ ବର୍ଷ ଜଣେ ଦକ୍ଷିଣ ଭାରତୀୟ ଲୋକ କଥାରେ ଚାଲିଲେ। ଏବେ ଜଣେ ଦକ୍ଷିଣ ଭାରତୀୟ ନେତାଙ୍କ କଥାରେ ଚାଲିବାରେ ଅସୁବିଧା କ’ଣ। ଗଣତାନ୍ତ୍ରିକ ପଦ୍ଧତିରେ ଡିଲିମିଟେଶନ ହେବ, ବିରୋଧୀ ପକ୍ଷ ରଖନ୍ତୁ। କିନ୍ତୁ କିଛି କୁଆଡ଼େ ହୋଇନି, ଡିଲିମିଟେଶନ ନା ଶୁଣି ଭୟ କାହିଁକି। ଅପେକ୍ଷା ନ କରି ନଈ ନ ଦେଖି ଲଙ୍ଗଳା ହେବା ଦରକାର ନାହିଁ ବୋଲି କଡ଼ା କଥା କହି ବିଜେଡିକୁ ଭର୍ତ୍ସନା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri