ପ୍ରଧାନମନ୍ତ୍ରୀଙ୍କ ଶିଳାନ୍ୟାସ ଫଳକ ଭାଙ୍ଗିଦେଲେ

କେନ୍ଦୁଝର,୧୫ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏରେଣ୍ଡେଇ ଓ ତେଲକୋଇ ବ୍ଲକ ଜଗମୋହନପୁରରେ ସୋମବାର ଦୁଇଟି ଏକଲବ୍ୟ ବିଦ୍ୟାଳୟର ଶିଳାନ୍ୟାସ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସରେ ଏହାର ଶିଳାନ୍ୟାସ କରିଥିଲେ। ତେବେ ଜଗମୋହନପୁର ଶିଳାନ୍ୟାସ କାର୍ଯ୍ୟକ୍ରମରେ ବିଜେଡିର ମନ୍ତ୍ରୀ ତଥା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଯୋଗ ଦେଇଥିଲେ। ଭାଜପାର ସଦର ବିଧାୟକ ମୋହନ ମାଝି ପହଞ୍ଚିବା ପୂର୍ବରୁ ଶେଷ ହୋଇ ଯାଇଥିଲା ଶିଳାନ୍ୟାସ କାର୍ଯ୍ୟକ୍ରମ। ଏପରିକି ଫଳକରେ ତାଙ୍କ ନାମ ନ ଥିବାରୁ ବିବାଦ ଦେଖାଦେଇଥିଲା। ସନ୍ଧ୍ୟାରେ ଭାଜପା ସମର୍ଥକ କୁହାଯାଉଥିବା କେତେଜଣ ଉକ୍ତ ଶିଳାନ୍ୟାସ ଫଳକକୁ ଭାଙ୍ଗି ଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି।

ଉକ୍ତ ଫଳକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା, ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ତେଲକୋଇ ବିଧାୟକ ତଥା ମନ୍ତ୍ରୀ ନାୟକଙ୍କ ନାମ ରହିଥିଲେ ହେଁ ବିଧାୟକ ମାଝିଙ୍କ ନାମ ଉଲ୍ଲେଖ ନ ଥିଲା। ଏ ସଂକ୍ରାନ୍ତରେ ବିଧାୟକ ମାଝିଙ୍କୁ ପଚାରିବାରୁ ଜିଲାପାଳଙ୍କଠାରୁ ଚିଠି ପାଇ ସେ କେନ୍ଦ୍ର ମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। ଶିଳାନ୍ୟାସ ଅପରାହ୍ନ ୧ଟା ୫୦ରେ ହେବା କଥା। କିନ୍ତୁ ସେ ୧ଟା ୩୭ରେ ପହଞ୍ଚିଲା ବେଳକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଶିଳାନ୍ୟାସ ସରି ଯାଇଥିଲା। ଜାଣି ଶୁଣି ତାଙ୍କ ନାମ ଫଳକରେ ଲେଖାଗଲା ନାହିଁ ଯାହାକି ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ସେ ପ୍ରକାଶ କରିଛନ୍ତି। ଏନେଇ ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଛନ୍ତି, ସଦର ବିଧାୟକ ମାଝି ସଭାରେ ଯୋଗଦେବା ନେଇ କାୈଣସି ସୂଚନା ଦେଇ ନ ଥିଲେ କିମ୍ବା ଆସି ନ ଥିଲେ। ଏଣୁ ତାଙ୍କ ନାମ ଫଳକରେ ସ୍ଥାନ ପାଇନାହିଁ। ଅନ୍ୟମାନଙ୍କ ନାମ ଉଲ୍ଲେଖ ରହିଛି। ତେବେ ଉକ୍ତ ଫଳକ ଭାଙ୍ଗି ଦିଆଯାଇଥିବା ସେ ଖବର ପାଇଛନ୍ତି ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri