ବିଜେଡିର ଛାୟା କ୍ୟାବିନେଟକୁ ନେଇ ବର୍ଷିଲା ଭାଜପା, କହିଲା ତାମିଲ ବାବୁଙ୍କ ନିର୍ଦ୍ଦେଶରେ ଚାଲିଛି…

ଭୁବନେଶ୍ୱର,୧୮।୭: ଓଡ଼ିଶାରେ ପ୍ରଥମ ଥର ଛାୟା କ୍ୟାବିନେଟ ଗଠନ ହୋଇଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସରକାରଙ୍କ ପ୍ରତିଟି କାର୍ଯ୍ୟକଳାପକୁ ଘେରିବା ପାଇଁ କମର କଷିଛି ବିଜେଡି। ତେବେ ବୁଧବାର ୫୦ଜଣ ବିଧାୟକଙ୍କୁ ଏହି ଦାୟିତ୍ୱ ବଣ୍ଟନ କରାଯାଇଛି। ଯାହାକୁ ନେଇ ବିଜେଡିକୁ ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି।

ଛାୟା ସରକାର ଷ୍ଟ୍ରାଟେଜିରେ ବିଜେଡି ଦଳୀୟ ବିଧାୟକଙ୍କୁ ବିଭାଗ ବଣ୍ଟନ କରିବାକୁ ନେଇ ସମାଲୋଚନା କରିଛି ଭାଜପା । ଏକାମ୍ର ବିଧାୟକ ବାବୁ ସିଂ ବିଜେଡିକୁ କଟାକ୍ଷ କରି କହିଛନ୍ତି, ଲୋକେ ତାଙ୍କୁ କ୍ଷମତାରୁ ବାହାର କରିସାରିଛନ୍ତି ତଥାପି ସେମାନେ ଭାବୁଛନ୍ତି ଆଜି ସରକାରରେ ଅଛନ୍ତି । ସରକାର ବିଭାଗ ବଣ୍ଟନ କରନ୍ତି ବିରୋଧୀ ଦଳ ନୁହେଁ, ଲୋକେ ଭୁଲ ଠିକ ନିର୍ଦ୍ଧାରଣ କରନ୍ତି । ବିରୋଧୀ ଦଳ ଯଦି କ୍ଷମତାରେ ରହିବା ପାଇଁ ଏତେ ବ୍ୟାକୁଳ ତେବେ ନିର୍ବାଚନ ପର୍ୟ୍ୟନ୍ତ ଅପେକ୍ଷା କରନ୍ତୁ ବୋଲି କହିଛନ୍ତି ବାବୁ ସିଂ ।

ଏକାମ୍ର ବିଧାୟକ କହିଛନ୍ତି, ଏବେ ବିରୋଧୀ ଦଳରେ ଥିବା ବିଜେଡିର ଯେହେତୁ ସରକାରରେ ରହିବାର ହ୍ୟାଙ୍ଗ ଓଭର ଯାଇନି ସେଥିପାଇଁ ଦଳ ପକ୍ଷରୁ ଏଭଳି ବିଭାଗ ବଣ୍ଟନର କରାଯାଇଛି । ଲାଗୁଛି ବିଜୁ ଜନତା ଦଳର ଛାୟା କେନ୍ଦ୍ର ସାଜିଥିବା ତାମିଲ ବାବୁଙ୍କ ନିର୍ଦ୍ଦେଶରେ ଏ ସବୁ ହେଉଛି । ବିଜେଡିକୁ ଲୋକେ ସରକାରରୁ ବାହାର କରି ଦେଇଛନ୍ତି ସେଥିପାଇଁ ସେମାନେ ବିରୋଧୀ ଦଳର ଭୂମିକାକୁ ସଠିକ ଭାବେ ନିର୍ବାହ କରନ୍ତୁ । ସରକାରର ହ୍ୟାଙ୍ଗ ଓଭରରୁ ଦୁରେଇ ରୁହନ୍ତୁ । ଜନସାଧାରଣ ଯେଉଁ ଦାୟିତ୍ୱ ଦେଇଛନ୍ତି ତାହାକୁ ସରକାର ପୂରା କରିବେ ।

ଏହାସହ ବାବୁ ସିଂ କହିଛନ୍ତି, ନୂଆ ସରକାର ଆସିବା ଦିନଠାରୁ ଯେଉଁ ସବୁ ନିଷ୍ପତ୍ତି ନିଆଯାଉଛି ତାହା ପୂର୍ବ ସରକାରରେ ଥିବା ନେତାଙ୍କୁ କଷ୍ଟ ହେଉଛି । ନିଜର ପୋଲ ଖୋଲିବା ଭୟରେ ଏଭଳି କରୁଛି ବିଜେଡି । ଏସବୁକୁ ଛାଡି ଜନମତକୁ ବିଜେଡି ସମ୍ମାନ ଦେବା ଶିଖୁ ବୋଲି କହିଛନ୍ତି ବାବୁ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri