ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି ତୋଳିନାହାନ୍ତି। ବିଶେଷ ଭାବେ ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟଶସ୍ୟ ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ା ବିଜେଡି ଶାସନ କାଳରେ ଆରମ୍ଭ ହୋଇଥିବା ଆଳୁ ମିଶନର ବିଫଳତା ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ। ସେହିପରି ନିଜର ଦୀର୍ଘ ଶାସନ କାଳରେ ଗୋଟିଏ ହେଲେ ନୂତନ ଶୀତଳଭଣ୍ଡାର ନିର୍ମାଣ କରିବାରେ ବିଜେଡି ଅସମର୍ଥ ହୋଇଛି। ଦରଦାମ ବୃଦ୍ଧି ପ୍ରସଙ୍ଗରେ ବର୍ତ୍ତମାନର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନବାବୁଙ୍କ ବକ୍ତବ୍ୟ ଶୋଭା ପାଉନାହିଁ ଏବଂ ସମାନ ପ୍ରସଙ୍ଗରେ ବିଜେଡିର ବକ୍ତବ୍ୟ ଅତ୍ୟନ୍ତ ହାତ୍ସ୍ୟାସ୍ପଦ ବୋଲି ଭାଜପା ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି କହିଛନ୍ତି। ଦିଲୀପ କହିଛନ୍ତି , ଚିଠି ଲେଖି ଦେଇ ନିଜ ମୁଣ୍ଡରୁ ଦୋଷ ଛଡ଼ାଇବା ନବୀନବାବୁଙ୍କ ପୁରୁଣା ଅଭ୍ୟାସ, ଯାହା ବର୍ତ୍ତମାନ ବି ଜାରି ରହିଛି ା ଅନ୍ୟପଟେ ମାତ୍ର ଦେଢମାସ ତଳେ ଦାୟିତ୍ୱ ନେଇଥିବା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖାଉଟିଙ୍କ ସମସ୍ୟା ପ୍ରତି ଯଥେଷ୍ଟ ଯତ୍ନବାନ୍‌ ଓ ଜାଗ୍ରତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତତ୍‌କ୍ଷଣାତ ହସ୍ତକ୍ଷେପକରି କଳାବଜାରକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖାଉଟିଙ୍କ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଠୋସ୍‌ ପଦକ୍ଷେପ ଗ୍ରହଣ କରୁଛନ୍ତି ଏବଂ ଆଗାମୀ ଦିନରେ ଏହାର ସୁଫଳ ରାଜ୍ୟବାସୀ ଦେଖିବାକୁ ପାଇବେ ବୋଲି ଦିଲୀପ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri