ଭୁବନେଶ୍ୱର, ୧୦।୮(ସୁନିତ୍ ମିଶ୍ର): ଜଣେ କୁଡୁମୀ ସମାଜ ଓ ପଛୁଆ ବର୍ଗର ନେତ୍ରୀଙ୍କୁ ସାମାନ୍ୟ ଗଛର ଡାଳ ସହ ତୁଳନାକରି ସମଗ୍ର କୁଡୁମୀ ସମାଜ, ମୟୂରଭଞ୍ଜବାସୀ ତଥା ସମସ୍ତ ବିଜେଡି କର୍ମୀଙ୍କୁ ଅସମ୍ମାନ କରାଯାଇଛି ା ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ସଂତୃପ୍ତ ମିଶ୍ରଙ୍କ ବକ୍ତବ୍ୟରୁ ତାହା ସ୍ପଷ୍ଟ ହୋଇଛି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ କରିଛନ୍ତି। ସୁରଥ ଅଭିଯୋଗ କରିଛନ୍ତି, ମୁଖିଆଙ୍କ ଜିଲାର ଡାଳ, ପତ୍ର ସବୁ ଯାଇଥିବାବେଳେ କେବଳ ଥୁଣ୍ଟା ଗଛଟିଏ ବିଷୟରେ ସଂତୃପ୍ତ ମିଶ୍ର କ’ଣ କହିବେ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନବାବୁ ‘ସଂତୃପ୍ତ ମିଶ୍ର’ ନାମରେ ଯେଉଁ ମଞ୍ଜି କଟକରେ ଲଗାଇଥିଲେ ତାହା ତ ମୂଳରୁ ଗଜା ହେଲା ନାହିଁ, ଗଛ ଓ ଡାଳ ଆସିବ କେଉଁଠୁ। ଆମ ଦେଶ ଓ ରାଜ୍ୟକୁ ବାଂଲାଦେଶ ସହ ତୁଳନାକରି ନୂଆ ନେତା ସାଜିଥିବା ସଂତୃପ୍ତ ମିଶ୍ର ନିଜର ଅପରିପକ୍ୱତାର ପରିଚୟ ଦେଇଛନ୍ତି। ଜନନେତା, ପ୍ରତିଷ୍ଠାତା ସଦସ୍ୟ ଯେଉଁଠି ଅଲୋଡ଼ା ସେଇଠି ନୂଆ ନେତାଗିରି କରୁଥିବା ଏକ କମ୍ପାନୀର ପୂର୍ବତନ ଅଧିକାରୀ ଦଳର ଗଣତନ୍ତ୍ର କଥା କହୁଛନ୍ତି। ପୋଷ୍ଟରରୁ ବିଜୁ ପଟ୍ଟନାୟକଙ୍କ ଛବି ଗାଏବ କରି ଗୁମାସ୍ତାର ଛବି ଯୋଡ଼ିଥିବା ବିଜେଡିର ନେତାମାନେ ‘ବରପୁତ୍ରଙ୍କ ସମ୍ମାନ’ କଥା କହିବା ହାସ୍ୟାସ୍ପଦ। ବାସ୍ତବରେ ବିଜେଡି ଶାସନରେ ବିଜୁବାବୁଙ୍କୁ ସବୁଠୁ ଅଧିକ ଅପମାନ କରିଛି। ଜଣେ ପ୍ରଶାସକରୁ ନେତା ହୋଇ ରାଜ୍ୟ ସାରା କୋଟି କୋଟି ଟଙ୍କା ଅପବ୍ୟୟକରି ହେଲିକପ୍ଟରରେ ବୁଲି ନେତାଙ୍କୁ ତଳେ ଠିଆକରି ଟ୍ରାଫିକ୍ ପୋଲିସ ଦାୟିତ୍ୱ ଦେଲେ ଏହା କିଭଳି ସମ୍ମାନ। ଦଳକୁ ପୁନରୁଦ୍ଧାର କରନ୍ତୁ ମନା ନାହିଁ, ପ୍ରଭାବଶାଳୀ କ୍ଷମତା କେନ୍ଦ୍ର ବିଷୟରେ କ’ଣ କହୁଛନ୍ତି, ତାହା ଜାଣିରଖିବା ଉଚିତ ବୋଲି ସୁରଥ କହିଛନ୍ତି। ସୂଚନାଯୋଗ୍ୟ, ବିଶ୍ୱ ଜନଜାତି ଦିବସ ପାଳନ ଅବସରରେ ଯୋଗଦେଇ ବିଜେଡିରୁ କଟକ ଲୋକ ସଭା ପ୍ରାର୍ଥୀ ହୋଇଥିବା ସଂତୃପ୍ତ ମିଶ୍ର ପରୋକ୍ଷରେ ପୂର୍ବତନ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତଙ୍କୁ ଟାର୍ଗେଟ କରିଥିଲେ ବୋଲି ଭାଜପା ଅଭିଯୋଗ ମଧ୍ୟ କରିଛି।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


