Posted inରାଜ୍ୟ

ରାହୁଲଙ୍କ ଗସ୍ତ ପୂର୍ବରୁ ଭାଜପା ନେତାଙ୍କ ବିସ୍ଫୋରକ ବୟାନ, କହିଲେ ହତାଶା ହୋଇଗଲାଣି…

ଭୁବନେଶ୍ୱର,୧୧।୭: ଆଜି ଆସୁଛନ୍ତି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଡଗ ସ୍କ୍ବାଡ ଓ ବମ ସ୍କ୍ବାଡ ଟିମ ନିୟୋଜିତ ହୋଇଛନ୍ତି। ଏହାପରେ ବିମାନବନ୍ଦରଠାରୁ ମେଡିକାଲ ଛକ ଯାଏ ରୋଡ ଶୋ ହେବ।

ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ନେଇ ରାଜ୍ୟ ଭାଜପା ପ୍ରେସମିଟ କରି କଂଗ୍ରେସ ଉପରେ ବର୍ଷିଛନ୍ତି। ରାଜ୍ୟ ଭାଜପା ଉପସଭାପତି ବିରଞ୍ଚି ତ୍ରିପାଠୀ କଂଗ୍ରେସକୁ ଟାର୍ଗେଟ୍‌ କରି କହିଛନ୍ତି, କଂଗ୍ରେସ ଆଜି ମଧ୍ୟ ହତାସା ଭିତରେ ରହିଛି। କଂଗ୍ରେସ ସାଧାରଣ ଲୋକଙ୍କଠାରୁ ଦୂରେଇ ଯାଇଛି। ସମ୍ବିଧାନ ବଞ୍ଚାଅ ସମାବେଶ ନୁହଁ ଏହା କଂଗ୍ରେସ ବଞ୍ଚାଅ ସମାବେଶ ।

ସୂଚନାଯୋଗ୍ୟ, ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର ଆୟୋଜିତ ହେବ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ। ଏଥିରେ ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସମାବେଶକୁ ସଫଳ କରିବାପାଇଁ କଂଗ୍ରେସ ନେତୃବୃନ୍ଦ ଦିନରାତି ଏକାଠି କରିଦେଇଛନ୍ତି। ତୃଣମୂଳସ୍ତରରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ସବୁଆଡ଼େ ପୋଷ୍ଟର ବ୍ୟାନର ଛାଇଗଲାଣି। ହେଲେ ଏତିକି ବେଳେ ଡ୍ରାଇଭର ମହାସଂଘର ଆନ୍ଦୋଳନ ସମାବେଶରେ କେଁ କରିବ ବୋଲି ଆଶଙ୍କା କରାଯାଉଛି। ଏହାକୁ ନେଇ ରାଜନୈତିକ ବାଦ ବିବାଦ ଲାଗି ରହିଛି। ଅନ୍ୟପକ୍ଷରେ କଂଗ୍ରେସ ରାଜ୍ୟରେ ବଢ଼ିଚାଲିଥିବା ନାରୀ ନିର୍ଯାତନା କୃଷକ ଅବହେଳାଠାରୁ ଆରମ୍ଭ କରି ଆଦିବାସୀ ଓ ପଛୁଆବର୍ଗଙ୍କୁ ସରକାରଙ୍କ ପକ୍ଷପାତିତା ସହିତ ହଇଜା ଓ ଅପପୁଷ୍ଟି ଭଳି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରୁଛି। ଏତିକିବେଳେ ରାହୁଲଙ୍କ ଗସ୍ତ ରାଜ୍ୟ କଂଗ୍ରେସକୁ କିଭଳି ବରଦାନ ହେଉଛି ତାକୁ ନେଇ ରାଜନୈତିକ ମହଲରେ ଉତ୍ସୁକତାର ସହ ଅପେକ୍ଷା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri