ନବୀନଙ୍କୁ ଭାଜପାର ଟାର୍ଗେଟ: ଆଇନ ମନ୍ତ୍ରୀ କହିଲେ ୨୪ ବର୍ଷ ଧରି ବୁଲୁ ନ ଥିଲେ…

ଭୁବନେଶ୍ୱର,୧୧।୧୦: ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦୁର୍ଗା ପୂଜା ମଣ୍ଡପ ବୁଲାକୁ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ମେୟର ସୁଲୋଚନା ଦାସଙ୍କ କ୍ରେଜ ରାଜନୀତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, କାହାର କେତେ କ୍ରେଜ୍‌ ରହିଛି, ତାହା ୨୦୨୪ ସାଧାରଣ ନିର୍ବାଚନରେ ଜଣାପଡିଛି।

ଆଜି ମା’ ଜଗତଧାତ୍ରୀଙ୍କ ଅଷ୍ଟମୀ ପୂଜା। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭୁବନେଶ୍ୱରରେ ବିଭିନ୍ନ ପୂଜା ମଣ୍ଡପ ବୁଲିଛନ୍ତି। ଆଉ ମା’ଙ୍କ ଆଶୀର୍ବାଦ ନେବା ସହିତ ପୂଜା ଆୟୋଜକଙ୍କ ସହିତ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପୂଜା ମଣ୍ଡପ ବୁଲାକୁ ନେଇ ମେୟର ସୁଲୋଚନା ଦାସ କହିଛନ୍ତି, ପୂଜାରେ ବୁଲିବାରେ କିଛି ଅସୁବିଧା ନାହିଁ। ହେଲେ ଏବେ ମଧ୍ୟ ଜନମାନସର ନେତା ହେଉଛନ୍ତି ନବୀନ। ଏବେ ବି ନବୀନ ବାବୁଙ୍କ କ୍ରେଜ୍‌ କମିନି ବୋଲି ସୁଲୋଚନା ଦାସ କହିଥିଲେ।

ସୁଲୋଚନାଙ୍କ ପ୍ରତିକ୍ରିୟାରେ ଜବାବ ରଖି ଆଇନ ମନ୍ତ୍ରୀ କହିଛନ୍ତି, ଯିଏ ୨୪ ବର୍ଷ ଧରି ବୁଲୁ ନ ଥିଲେ, ସିଏ ଏବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବିଭିନ୍ନ ମଣ୍ଡପ ବୁଲୁଥିବା ଶୁଣି ବୁଲୁଛନ୍ତି। ଯିଏ ରାବଣପୋଡି ଯାଇ ନ ଥିଲେ, ସିଏ ଏବେ ରାଜନୈତିକ ପ୍ରତିନ୍ଦ୍ୱନ୍ଦ୍ୱିତା କରି ବୁଲୁଛନ୍ତି। କାହାର କେତେ କ୍ରେଜ ରହିଛି, ତାହା ୨୦୨୪ ନିର୍ବାଚନରେ ଜଣାପଡିଯାଇଛି ବୋଲି କହିଛନ୍ତି ଆଇନମନ୍ତ୍ରୀ ।
ଅନ୍ୟପକ୍ଷେ ରାଜଧାନୀରେ ପୂଜା ମଣ୍ଡପ ବୁଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ପ୍ରଥମେ ରସୁଲଗଡ଼ ସ୍ଥିତ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କ ଆଶିଷ ନେଇଥିଲେ। ପରେ ସହିଦ୍‌ନଗର ପୂଜା ମଣ୍ଡପ ବୁଲିଥିଲେ। ବଡ଼ କାର୍ଯ୍ୟାନୁଷ୍ଠାନ ପରେ ବଡ଼ଗଡ଼ ପୂଜା ମଣ୍ଡପ ଯାଇ ମା’ଙ୍କୁ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri