ଏସ୍‌ପିଙ୍କୁ ଭେଟିଲା ଭାଜପା ଟିମ୍‌

କେନ୍ଦୁଝର,୧୫ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାକୁ କହି ପଞ୍ଚାୟତ କାର୍ଯ୍ୟାଳୟରେ ଅସଦାଚରଣ ଅଭିଯୋଗ ହୋଇଥିଲା। ଘଟଣାକୁ ନେଇ ଭାଜପା ନଦୀ ସୁରକ୍ଷା ସମିତି (ନମାମି ଗଙ୍ଗେ)ପକ୍ଷରୁ ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ଶୁକ୍ରବାର କେନ୍ଦୁଝର ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛିି।
ସୂଚନା ମୁତାବକ, ଗତ ୬ରେ ଜଣେ ବ୍ୟକ୍ତି ଆଧାରକାର୍ଡ ଓ ରାଶନକାର୍ଡ ସାଙ୍ଗରେ ଧରି ପଞ୍ଚାୟତ ଅଫିସକୁ ଉକ୍ତ ଦଳିତ ମହିଳାଙ୍କୁ ଏକୁଟିଆ ଡାକିଥିଲେ। ଅଫିସ୍‌ରେ ପହଞ୍ଚତ୍ବା ପରେ ସେଠାରେ ଥିବା ସରପଞ୍ଚଙ୍କ ସ୍ବାମୀ ନିଶାସକ୍ତ ଅବସ୍ଥାରେ ତାଙ୍କୁ ଏକ ରୁମ୍‌କୁ ଡାକି ନେଇଥିଲେ। ସେଠାରେ କବାଟ ବନ୍ଦ କରି ତାଙ୍କୁ ଅସଦାଚରଣ କରିଥିଲେ। ମହିଳା କୌଶଳକ୍ରମେ ସେଠାରୁ ଖସି ଆସି ଘଟଣା ସଂକ୍ରାନ୍ତରେ ସ୍ବାମୀଙ୍କୁ ଜଣାଇଥିଲେ। ପରେ ମହିଳା ଓ ତାଙ୍କ ସ୍ବାମୀ ରାମଚନ୍ଦ୍ରପୁର ଥାନାରେ ଏତଲା ଦେଇଥିଲେ। ତେବେ ପୋଲିସ ଏତଲା ଗ୍ରହଣ କରିବା ପରିବର୍ତ୍ତେ ଗାଳିଗୁଲଜ କରିଥିବା ପୀଡ଼ିତା କହିଛନ୍ତି। ପରେ ପୋଲିସ ସେମାନଙ୍କଠାରୁ ଆଉ ଏକ ଏତଲା ଲେଖାଇଥିଲା। ଏତଲା ଅନୁଯାୟୀ ପୋଲିସ ନଂ. ୨୨୯/ ୨୦୨୨ ଓ ଦଫା ୩୪୧, ୩୫୪(ଏ) ରେ ଏକ ମାମଲା ରୁଜୁ କରିଥିଲା। ତେବେ ଅଭିଯୁକ୍ତଙ୍କୁ ଅଦ୍ୟାବଧି ଗିରଫ କରାଯାଇ ନାହିଁ। ଅଭିଯୁକ୍ତ ଶାସକ ଦଳର ହୋଇଥିବାରୁ ବଜାରରେ ବୁଲି ଧମକ ଦେଉଥିବାରୁ ପୀଡ଼ିତା ଓ ତାଙ୍କ ସ୍ବାମୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି। ନଚେତ୍‌ ଭାଜପା ପକ୍ଷରୁ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri