Posted inଜାତୀୟ

ରାଜସ୍ଥାନର ସମସ୍ତ ୨୫ଟି ଆସନରେ ଭାଜପାର ଟିକେଟ ଚୂଡ଼ାନ୍ତ, ୧୦ ସିଟ୍‌ରେ ନୂଆ ମୁହଁ

ଜୟପୁର,୧ା୩: ଭାଜପା ଆସନ୍ତା ଲୋକ ସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି। ଦଳ ସୂତ୍ରରୁ ପ୍ରକାଶ ଯେ, ସମସ୍ତ ୨୫ଟି ଆସନରେ ନାମ ଚୂଡାନ୍ତ ହୋଇଛି, ସେଥିମଧ୍ୟରୁ ୧୦ଟି ସିଟ୍‌ରେ ନୂଆ ମୁହଁ ଆସିବ। ସମସ୍ତଙ୍କ ନାମ ଖୁବ୍‌ଶୀଘ୍ର ଘୋଷଣା କରାଯିବ ବୋଲି ଦଳ ସୂତ୍ରରୁ ପ୍ରକାଶ। ରାଜ୍ୟ ସଭାପତି ସିପି ଯୋଶୀଙ୍କୁ ଚିତ୍ତରଗଡ଼, ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ କୋଟା, କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲଙ୍କୁ ବିକାନେର, ଦୁଶନ୍ତ ସିଂଙ୍କୁ ଝାଲଓ୍ବର, କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତଙ୍କୁ ଯୋଧପୁର, କେନ୍ଦ୍ରମନ୍ତ୍ରୀ କୈଳାସ ଚୌଧୁରୀଙ୍କୁ ବାରମେରରୁ ସୁଯୋଗ ମିଳିପାରେ। ଆରସି ବୋହରା ଜୟପୁର ସହରରୁ ପୁନର୍ବାର ପ୍ରତିଦ୍ୱନ୍ଦ୍ୱିତା କରିବେ।

ନୂଆ ମୁହଁ ମଧ୍ୟରେ ଚେହେରାମାନଙ୍କ ମଧ୍ୟରେ ରାଜେନ୍ଦ୍ର ରାଠୋର ରାଜ ସମନ୍ଦ, ଅଜମେର କିମ୍ବା ଜୟପୁରରୁ ସତୀଶ ପୁନିଆଙ୍କ ସୁଯୋଗ ପାଇପାରନ୍ତି। ଜୟପୁର ଗ୍ରାମୀଣରୁ ରାଖୀ ରାଠୋର ମଧ୍ୟ ଦୌଡ଼ରେ ଅଛନ୍ତି। କଂଗ୍ରେସରୁ ମହେନ୍ଦ୍ର ମାଲଭିଆ ବନସଓ୍ବରା ଡଙ୍ଗରପୁର ଆସନରୁ ଟିକେଟ ଟିକେଟ୍‌ ପାଇପାରନ୍ତି। ଏଥର ଦଳ ଉଦୟପୁର, ଭରତପୁର, ବନସଓ୍ବରା ଡଙ୍ଗରପୁର, ଡାଉସା, ସିରୋହି, ଅଜମେର, ଜୟପୁର ରୁରାଲ, ରାଜସମନ୍ଦ, ଝୁନ୍‌ଝୁନ୍‌ ଅଲଓ୍ବାର, ଟଙ୍କ୍‌ ସାଓ୍ବାଇ ମାଧପୁର ଆସନରେ ନୂଆ ମୁହଁ ଦେବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri