ମୋଦିଙ୍କ ଜନ୍ମଦିନରୁ ଅକ୍ଟୋବର ୨ ‘ସେବାପକ୍ଷ’ପାଳିବ ଭାଜପା

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ନିର୍ଦ୍ଦେଶ କ୍ରମେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ୧୫ ଦିନ ଧରି ଭାଜପା ପକ୍ଷରୁ ‘ସେବାପକ୍ଷ’ ପାଳନ କରାଯିବ। ଏଥିପାଇଁ ସମଗ୍ର ଦେଶରେ ବିଭିନ୍ନ ପ୍ରକାର ସେବା କାର୍ଯ୍ୟମାନ ଅନୁଷ୍ଠିତ ହେବ। ସେବାପକ୍ଷ ଅବସରରେ ୧୭ରେ ମୋଦିଙ୍କ ଜନ୍ମଦିନ, ୨୫ରେ ପଣ୍ଡିତ ଦୀନ୍‌ଦୟାଲଜୀଙ୍କ ଜୟନ୍ତୀ ଏବଂ ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ। ସେବାପକ୍ଷରେ ବିଭିନ୍ନ କାର୍ଯ୍ୟକ୍ରମକୁ ଦଳର ସମସ୍ତ ଏମ୍‌ପି, ବିଧାୟକ, ଜିଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ନିର୍ବାଚିତ ଜନପ୍ରତିନିଧିଙ୍କ ସହ ପଦାଧିକାରୀ ଓ କାର୍ଯ୍ୟକର୍ତ୍ତା ପାଳନ କରିବାକୁ ରାଜ୍ୟ ସଭାପତି ସମୀର ମହାନ୍ତି ଅନୁରୋଧ କରିଛନ୍ତି। ‘ସେବାପକ୍ଷ’ ରାଜ୍ୟ ସଂଯୋଜକ ବଳଭଦ୍ର ମାଝି ଶୁକ୍ରବାର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର, ୭।୧୨ (ବନ୍ଦନା ସେଠୀ)ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି...

ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା

ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ...

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି।...

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri