କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା  କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମାଝିଗୁଡ଼ା ମଣ୍ଡଳ ସଭାପତି ଅନିଲ କୁମାର ଜାଡିଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦଳରୁ ପ୍ରାୟ ୨୦୦ ଜଣ କର୍ମୀ ନିଜ ନିଜର ଦଳ ଛାଡ଼ି ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ନୂତନ କର୍ମୀମାନଙ୍କୁ ଦଳୀୟ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ। କାର୍ଯ୍ୟକ୍ରମରେ ରାୟଗଡ଼ା ଏସଡିସି ଅଧ୍ୟକ୍ଷ ବିଦ୍ୟାଧର ଶବର, ପୂର୍ବତନ ଏମ୍ ପି ପ୍ରାର୍ଥୀ କାଳୀ ମାଝୀ, ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶ୍ୱିନୀ କୋଞ୍ଚାଡ଼ା ଏବଂ ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ଉମେଶ ଖୋସଲା ପ୍ରମୁଖ ଯୋଗଦେଇ ନୂତନ କର୍ମୀମାନଙ୍କୁ ଉତ୍ସାହିତ କରିବା ସହ ସଂଗଠନକୁ ମଜବୁତ କରିବା ନେଇ ବକ୍ତବ୍ୟ ରଖିଥିଲେ। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଜିଲା ସାଧାରଣ ସମ୍ପାଦକ ଭିକାରୀ ନାହକ, ଜିଲା ଉପସଭାପତି ଦୁଷ୍ମନ୍ତ ସିଂହଦେଓ, ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରାଜିତା କୋରାଡ଼ା ପ୍ରମୁଖ ଉପସ୍ଥିତ ରହି ଦଳୀୟ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ମଣ୍ଡଳ ସାଧାରଣ ସମ୍ପାଦକ କେଶରୀ ଭତ୍ରାଙ୍କ ସମେତ  ଭାଜପାର ସମସ୍ତ ମଣ୍ଡଳ କମିଟି ସଦସ୍ୟମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ସଫଳ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏତେ ସଂଖ୍ୟକ କର୍ମୀଙ୍କ ଯୋଗଦାନ ଆଗାମୀ ଦିନରେ ସେରିଗୁମା ପଞ୍ଚାୟତ ତଥା ସମଗ୍ର ମାଝିଗୁଡ଼ା ମଣ୍ଡଳରେ ଭାଜପା ସଂଗଠନକୁ ଅଧିକ ସୁଦୃଢ଼ କରିବ ବୋଲି ନେତୃବୃନ୍ଦ ମତବ୍ୟକ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?